ବ୍ରହ୍ମପୁର-ସମ୍ବଲପୁର ରେଳ ଲାଇନ୍‌ ଦାବି ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବେ ବିଭିନ୍ନ ସଙ୍ଗଠନ

ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସଙ୍ଗଠନ ବୈଠକରେ ଯୋଗଦେଇ ଦାବିକୁ ସମର୍ଥନ ଜଣାଇଥିଲେ। ଦାବି ପୂରଣ ନେଇ ବାର ଆସୋସିଏଶନ ଆଗାମୀ ଦିନରେ ଯେଉଁ ପଦକ୍ଷେପ ନେବ ସେଥିରେ ସାମିଲ ହେବେ ବୋଲି କହିଥିଲେ। ରେଳ ଲାଇନ ପାଇଁ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ବରିଷ୍ଠ ଆଇନଜୀବୀ ଏମ୍‌.ତାଜ୍‌ ଆଦେନୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବାର ଆସୋସିଏଶନ ସଭାପତି ଅଭିମନ୍ୟୁ ଗୌଡ଼, ସମ୍ପାଦକ ଅଶୋକ ଜେନା, ବରିଷ୍ଠ ଆଇନଜୀବୀ ବିନୟ କୁମାର ରଥ, ରବି ଦାସ, ସୋମନାଥ ନାୟକ, ବଣିକ ସଂଘ ସଭାପତି ମୃତ୍ୟୁଞ୍ଜୟ ସୁବୁଦ୍ଧି ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ରେଳ ଲାଇନ ପ୍ରସଙ୍ଗରେ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଭଞ୍ଜନଗରର ବିଭିନ୍ନ ସଙ୍ଗଠନ ପକ୍ଷରୁ ମିଳିତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖାଯିବା ନିମନ୍ତେ ବୈଠକରେ ନିଷ୍ପତ୍ତିି ନିଆଯାଇଛି। ବୈଠକରେ ଅଟୋ ଆସୋସିଏଶନ, କଳାକାର ସଂଘ, ବଣିକ ସଂଘ, ଶିକ୍ଷକ ସଂଘ, ଏଲଆଇସି, ଓଏସ୍‌ଆରଟିସି, ବିଦ୍ୟୁତ୍‌ ସମେତ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri