ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ

ରସୁଲପୁର,୨।୪(ଡି.ଏନ୍‌.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କ ନେତୃତ୍ୱରେ ଧର୍ମଶାଳା ଥାନା ଅଧିକାରୀ ସରୋଜ କୁମାର ସାହୁ, ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଧୀର କୁମାର ସାହୁ, ବ୍ରହ୍ମବରଦା ଫାଣ୍ଡି ଅଧିକାରୀ ପରମାନନ୍ଦ ସେଠୀ ପ୍ରମୁଖ ପଞ୍ଚତ୍ଥିଲେ। ଡାକ୍ତର ସାହୁ ସମ୍ପୃକ୍ତ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ତାଙ୍କ ଯାତ୍ରାର ସବିଶେଷ ବିବରଣୀ ସଂଗ୍ରହ କରିଥିଲେ। ସେ ଧର୍ମସଭାରୁ ଫେରିବାର ପ୍ରାୟ ୧୮ଦିନ ବିତିଗଲାଣି। ତଥାପି ତାଙ୍କୁ ଆହୁରି ୧୪ଦିନ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। ଏହାପୂର୍ବରୁ ମଙ୍ଗଳବାର ଜଣେ ନିଦ୍ଦାମୁଦିନ ଫେରନ୍ତାଙ୍କୁ ଏହି ଅଞ୍ଚଳରେ ଠାବ କରାଯାଇଥିଲା। ସେ ଦିଲ୍ଲୀରୁ ବିମାନ ଯୋଗେ ରାଞ୍ଚତ୍ ଆସିବା ପରେ ଟ୍ରେନ ଯୋଗେ କଟକ ଏବଂ କାରରେ ଘରକୁ ଫେରିଥିଲେ। ମାତ୍ର ଦ୍ୱିତୀୟ ବ୍ୟକ୍ତି ଜଣକ ସିଧା ଟ୍ରେନରେ ଫେରିଥିଲେ ବୋଲି ପଚରାଉଚୁରା ବେଳେ ଜଣାପଡ଼ିଛି। ଏହାଛଡ଼ା ଜଣେ ଦୁବାଇ ଫେରନ୍ତା ସୋମବାର ବ୍ରହ୍ମବରଦାରେ ପହଞ୍ଚତ୍ଥିବା ଜଣାପଡ଼ିଛି। ସେ ଦୁବାଇରୁ ବିମାନ ଯୋଗେ ମୁମ୍ବାଇ ଆସିଥିଲେ। ସେଠାରୁ ହାଇଦ୍ରାବାଦ ଓ ପରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ସେଠାରେ ପ୍ରାୟ ଦୁଇ ସପ୍ତାହ ରହିବା ପରେ ସେ ବ୍ରହ୍ମବରଦାକୁ ଫେରିଥିଲେ। ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଓ ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସାହୁ ସମ୍ପୃକ୍ତ ବ୍ୟକ୍ତିଙ୍କ ତଥ୍ୟ ସଂଗ୍ରହ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ। ତାଙ୍କୁ ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। ବ୍ରହ୍ମବରଦା ଅଞ୍ଚଳକୁ ବିଦେଶରୁ ବହୁ ବ୍ୟକ୍ତି ଫେରିଛନ୍ତି। ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯିବା ସହ ଅନ୍ୟ କାହା ସହିତ ମିଳାମିଶା କରିବାକୁ ବାରଣ କରାଯାଇଛି ବୋଲି ତହସିଲଦାର ଭୁଜବଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri