ବ୍ରହ୍ମବରଦାରେ ୧୨କୁ ବଢ଼ିଲା ଶଟ୍‌ଡାଉନ ଅବଧି

ରସୁଲପୁର,୮।୪(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ଜଣେ ମୌଲବୀ କରୋନା ଆକ୍ରାନ୍ତଭାବେ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଗତ ଶନିବାରଠାରୁ ସୋମବାର ରାତି ୮ଟା ଯାଏଁ ୪୮ ଘଣ୍ଟା ଶଟଡାଉନ କରାଯାଇଥିଲେ ହେଁ ପରେ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଅଭିହିତ କରି ଜିଲା ପ୍ରଶାସନ ସଟ୍‌ଡାଉନକୁ ଆଉ ୪୮ଘଣ୍ଟାକୁ ବୃଦ୍ଧି ଘଟାଇଥିଲା। ବୁଧବାର ସନ୍ଧ୍ୟା ୮ଟାରେ ଏହି ଅବଧି ପୂରିବାକୁ ଥିବାବେଳେ ଏହି ଅଞ୍ଚଳରେ କରୋନା ସ୍ଥିତିର ଗମ୍ଭିରତାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଶଟ୍‌ଡାଉନକୁ ଚଳିତ ମାସ ୧୨ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛି। ଏହି ସମୟରେ କେହି ବାହାରକୁ ବାହାରିବେ ନାହିଁ। ଖୋଲାରେ ବୁଲୁଥିବା ଲୋକଙ୍କୁ ଦେଖିବାକୁ ମିଳିବା ମାତ୍ରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାଛଡ଼ା ଲୋକଙ୍କ ଘରେ ଅତ୍ୟାବଶକୀୟ ସମାଗ୍ରୀ ପହଞ୍ଚାଇବାକୁ ପ୍ରଶାସନ ପକ୍ଷରୁ ନିଶ୍ଚିତ କରାଯାଇଛି। ସେହି ଆଧାରରେ ପ୍ରଶାସନ ପକ୍ଷରୁ ୬ଟି ଗାଡ଼ିର ବ୍ୟବସ୍ଥା କରାଯାଉଛି। ବ୍ରହ୍ମବରଦା ଓ ୩କି.ମି. ବ୍ୟାସାର୍ଦ୍ଧ ଭିତରେ ଥିବା ଅଞ୍ଚଳ ନିଷିଦ୍ଧାଞ୍ଚଳରେ ୪ଟି ଗାଡ଼ି ଗାଁ ଦାଣ୍ଡରେ ବୁଲୁଛି। ୨ଟି ଗାଡିକୁ ରିଜର୍ଭରେ ରଖାଯାଇଛି। ଏହି କାର୍ଯ୍ୟ ସୂଚାରୁରୂପେ କରାଯାଉଛି। ଶଟ୍‌ଡାଉନ ଅଞ୍ଚଳକୁ ସାନିଟାଇଜ୍‌ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri