ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ଶନିବାର ସିଲ୍‌ କରାଯାଇ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ସୋମବାର ରାତି ୮ଟାରେ ଶଟ୍‌ଡାଉନ୍‌ କଟକଣା ଶେଷ ହେବା ପରେ ବ୍ରହ୍ମବରଦା ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହି ଜୋନରେ ବ୍ରହ୍ମବରଦା ସମେତ ବନ୍ଧଡ଼ିହ, ଲଙ୍କାବାଲିସାହି, ବଡ଼ରାଏପଡ଼ା, ଖଣ୍ଡାସ, ବାଲିଗୁଡ଼ା, ମହେଶ୍ୱରପୁର, ଚାନ୍ଦପୁର, କୋଠିଡିହ, ବାଙ୍କସାହି, ସାହାପଡା, ଦେଉଳି (ଆଂଶିକ) ରହିଛି। ଏହି ଅଞ୍ଚଳକୁ ପୂର୍ବରୁ ସିଲ୍‌ କରାଯାଇଥିବାବେଳେ ତାହା ଆସନ୍ତା ୮ ତାରିଖ ଯାଏ ବଳବତ୍ତର ରହିବ। ଲୋକମାନଙ୍କ ନିକଟରେ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଶାସନ ପକ୍ଷରୁ ପହଞ୍ଚାଯିବ। ଏହି ସମୟରେ ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ରଞ୍ଜନ କୁମାର ଦାସ କହିଛନ୍ତି।
କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ଦାସ ଜିଲାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମଙ୍ଗଳବାରଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ସାମାଜିକ ଦୂରତା ଅବଲମ୍ବନ ପାଇଁ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ଜିଲାପାଳ ଏକ ଘୋଷଣାରେ ଦର୍ଶାଇଛନ୍ତି ଯେ, ମଙ୍ଗଳବାର ସକାଳ ୬ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିବ। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ପାଇଁ ଆବଶ୍ୟକ ବ୍ୟବସ୍ଥା କରିବା ଦାୟିତ୍ୱ ସମ୍ପୃକ୍ତ ଦୋକାନୀ, ମଲ୍‌ ମାଲିକ ଏବଂ ହାଟ ପରିଚାଳକମାନଙ୍କର। ଦୋକାନ ଆଗରେ ୫ ଫୁଟ ଦୂରତା ମଧ୍ୟରେ ବୃତ୍ତ ଆକାରର ଚିହ୍ନ ଦେଇ ସେଥିରେ ଗ୍ରାହକଙ୍କୁ ଛିଡ଼ାକରି ସେମାନଙ୍କ ଚାହିଦା ମୁତାବକ ସାମଗ୍ରୀ ନିଜେ ଆଣି ଦେବେ। ଯଦି କୌଣସି ଦୋକାନୀ ବିକ୍ରୟ ସମୟରେ ସାମାଜିକ ଦୂରତା ଅବଲମ୍ବନ ନ କରନ୍ତି ତେବେ ସେମାନଙ୍କ ଦୋକାନକୁ ସିଲ୍‌ କରାଯିବା ସହ ସାମଗ୍ରୀ ଜବତ କରାଯିବ ବୋଲି ଜିଲାପାଳ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?