‘ବ୍ରହ୍ମୋସ’ ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍‌) ୩ନଂ. ଉତ୍‌କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ସୁପରସୋନିକ୍‌ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ବ୍ୟାବହାରିକ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିବା ଏହି କ୍ଷେପଣାସ୍ତ୍ର ‘ବ୍ରହ୍ମୋସ୍‌’ର ବିକଶିତ ମଡ଼େଲ। ପରୀକ୍ଷଣ ସମୟରେ ସେନା ଓ ଡିଆର୍‌ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ ଅର୍ଗାନାଇଜେଶନ୍‌)ର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
ଡିଆର୍‌ଡିଓ ଓ ସେନାବାହିନୀର ମିଳିତ ସହଯୋଗରେ ପରୀକ୍ଷା କରାଯାଇଥିବା ଏହି କ୍ଷେପଣାସ୍ତ୍ରର ଓଜନ ୩ହଜାର କିଲୋଗ୍ରାମ୍‌। ୮.୪ ମିଟର ଲମ୍ବ ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ ଦୂରତା ୨୯୦ରୁ ୪୫୦ କି.ମି.। ଦୁଇ ପର୍ଯ୍ୟାୟ ଇଞ୍ଜିନ୍‌ ବିଶିଷ୍ଟ ଏହି କ୍ଷେପଣାସ୍ତ୍ର ୨୦୦ କିଲୋଗ୍ରାମ୍‌ ଓଜନର ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଆକାଶ ମାର୍ଗରେ ସ୍ବଳ୍ପ ଉଚ୍ଚତାରେ ଥାଇ ‘ବ୍ରହ୍ମୋସ୍‌’ ଅକ୍ଳେଶରେ ଶତ୍ରୁ ପକ୍ଷର ଟାର୍ଗେଟ୍‌କୁ ନଷ୍ଟ କରିଥାଏ। ଭାରତ ଓ ରୁଷ୍‌ର ମିଳିତ ସହଯୋଗରେ ଡିଆର୍‌ଡିଓ ପକ୍ଷରୁ ପ୍ରସ୍ତୁତ ଏହି କ୍ଷେପଣାସ୍ତ୍ର ଏକ ନିର୍ଭରଯୋଗ୍ୟ କ୍ଷେପଣାସ୍ତ୍ର ଅଟେ। ଏହାର ପ୍ରଥମ ପରୀକ୍ଷା ୨୦୧୭ ମାର୍ଚ୍ଚ ୧୧ ତାରିଖରେ ହୋଇଥିଲା। ସଫଳ ମଧ୍ୟ ହୋଇଥିଲା। କ୍ଷେପଣାସ୍ତ୍ର ପରୀକ୍ଷଣ ସଫଳ ହେବା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଡିଆର୍‌ଡିଓ ଚେୟାରମ୍ୟାନ୍‌ ଜି. ସଥିସ ରେଡ୍ଡୀ ଏବଂ ଡିଜି ମଶାଇଲ୍‌ ଆଣ୍ଡ୍‌ ଷ୍ଟ୍ରାଟେଜିକ୍‌ ସିଷ୍ଟମ୍‌ସ ଏମ୍‌ଏସ୍‌ଆର୍‌ ପ୍ରସାଦ ଶୁଭେଚ୍ଛା ଜଣାଇଛନ୍ତି। ଡିଜି (ବ୍ରହ୍ମୋସ) ସୁଧୀର କୁମାର ମିଶ୍ର, ଡିଆର୍‌ଡିଏଲ୍‌ ଡାଇରେକ୍ଟର ଦଶରଥ ରାମ ଏବଂ ଆଇଟିଆର୍‌ ନିର୍ଦ୍ଦେଶକ ବିନୟ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଭାରତ ତାର ପ୍ରତିରକ୍ଷା ଶକ୍ତିକୁ ସୁଦୃଢ କରିବା ଦିଗରେ ଉକ୍ତ କ୍ଷେପଣାସ୍ତ୍ର ସାମର୍ଥ୍ୟ ରଖିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri