ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୨ ଗିରଫ

ବାରିପଦା ଅଫିସ, ୧୫ା୩- ମୟୂରଭଞ୍ଜ ଜିଲାରେ ବ୍ରାଉନ ସୁଗାର ର଼୍ୟାକେଟ ସକ୍ରିୟ ଥିବା ସୂଚନା ମିଳିଛି। ଶନିବାର ବାରିପଦା ଟାଉନ ପୋଲିସ ଚଢ଼ାଉ କରି ୧୦.୦୯ ଗ୍ରାମ୍‌ ବ୍ରାଉନ ସୁଗାର ଜବତ କରି ଜଣେ ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାରିପଦା ଶୂନଗାଡ଼ିଆର କୁନି ଘଡ଼େଇ ଓ ସୁନ୍ଦରଗଡ଼ ଟାଉନ ଥାନା ରାଣୀବଗିଚାର ଜ୍ଞାନରଞ୍ଜନ ବେହେରା (୨୬) । ପୋଲିସ ଏହି ସୂଚନା ଦେଇ କହିଛି ଯେ, ସ୍ଥାନୀୟ ସହରରେ ବ୍ରାଉନସୁଗାର ବିକ୍ରି ହେଉଥିବା ଖବର ମିଳିବା ପରେ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ପେଶାଲ୍‌ ସ୍କ୍ବାର୍ଡ଼ ବାରିପଦା ଟାଉନ ପୋଲିସ ସହାୟତାରେ ଶୂନଗାଡ଼ିଆ ଗଳାପୋଲ ନିକଟରେ ଚଢ଼ାଉ କରିଥିଲା। ଅଭିଯୁକ୍ତ ଜ୍ଞାନରଞ୍ଜନ ସୁନ୍ଦରଗଡ଼ରୁ ବାରିପଦାର କୁନିଙ୍କ ନିକଟକୁ ବ୍ରାଉନ ସୁଗାର କିଣିବା ପାଇଁ ଆସିଥିଲେ। ଉଭୟଙ୍କୁ ପୋଲିସ ଧରି ଜେରା କରିବା ପରେ ଜଳେଶ୍ୱରରୁ ବାରିପଦା ବ୍ରାଉନସୁଗାର ଅଣାଯାଇ ସୁନ୍ଦରଗଡ ସମେତ ବିଭିନ୍ନ ସ୍ଥାନକୁ ପଠାଯାଉଥିବା ଜଣାପଡିଛି। ଏ ନେଇ ପୋଲିସ ଏକ ମାମଲା (ନଂ. ୧୫୫/୨୦ରେ ରୁଜୁ କରି ଗିରଫ ୨ ଜଣଙ୍କୁ କୋର୍ଟ ଚାଲାଣ କରି ଅଧିକ ତଦନ୍ତ ଚଳାଇଥିବା ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri