ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ ସରକାରୀ ଜାଗାରେ ୧୪ ବଖରା ସହ ସୁଇମିଂ ପୁଲ ନିର୍ମାଣ କରିଥିଲେ। ଏହାର ମୂଲ୍ୟ ଏକ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ତେବେ ଉକ୍ତ ଘରକୁ ଭଙ୍ଗା ଯିବା ସହ ସୁଇମିଂ ପୁଲକୁ ପୋତାଯାଉଛି।

ସୂଚନାଯୋଗ୍ୟ, ଛୋଟା ଉକ୍ତ ଘରୁ ବ୍ରାଉନସୁଗାର ବ୍ୟବସାୟ ଚଳାଉଥିଲେ। ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳ ସହ ନୟାଗଡ଼ ଜିଲାର ଅନେକ ସ୍ଥାନକୁ ଏଠାରୁ ବ୍ରାଉନସୁଗାର(ପାଉ) କାରବାର ହେଉଥିଲା। ଗତ କିଛି ଦିନ ତଳେ ଛୋଟା ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏବେ ସେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri