ବ୍ରାଉନ୍‌ସୁଗାର ବିକି ୨ଜଣ ବନ୍ଧା ହେଲେ

ଖୋର୍ଦ୍ଧା ଅଫିସ,୧୦।୩: ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଉକ୍ତ ଥାନା ଅଧୀନ କେରଙ୍ଗ ମସିନଗର ଗ୍ରାମର ଏସ୍‌.କେ. ଅମନ(୪୨) ଏବଂ ଏସ୍‌.କେ. ହବିବ୍‌(୫୦)।

ପୋଲିସଠାରୁ ମିଳିଥିବା ସୂଚନାପ୍ରକାରେ, ମଙ୍ଗଳବାର କୁମ୍ଭିଲୋ ଅଞ୍ଚଳରେ ବ୍ରାଉନ୍‌ସୁଗାର ବିକ୍ରି ହେଉଥିବା ନେଇ ପୋଲିସ ଖବର ପାଇଥିଲା। ସେଠାରେ ଚଢ଼ାଉ ସମୟରେ ଅମନ ଏବଂ ହବିବ୍‌ଙ୍କୁ ଗିରଫ କରାଯାଇଥିଲା। ତାଙ୍କଠାରୁ ୧୮.୦୫ ଗ୍ରାମର ବ୍ରାଉନ୍‌ସୁଗାର ଏବଂ ଦୁଇଟି ମୋବାଇଲ ସହ ୯୪୦ଟଙ୍କା ଜବତ କରାଯାଇଥିଲା। ଏ ନେଇ ଥାନାରେ ୭୯/୨୦ରେ ମାମଲା ରୁଜୁ କରାଯିବା ସହ ଅନ୍ୟାନ୍ୟ ୨୧(ଖ), ୨୯ ଏନ୍‌.ଡି.ପି.ଏସ୍‌. ଆକ୍ଟ ଲଗାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri