Posted inଖେଳ

ବ୍ରାଡମ୍ୟାନ, ଆଝାର ଅଲିଙ୍କ ରେକର୍ଡ ଭାଙ୍ଗିଲେ ଓ୍ବାର୍ନର

ଆଡିଲେଡ୍‌,୩୦।୧୧- ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ୩୩୫ ରନ୍‌ର ତ୍ରିଶତକ ହାସଲ କରିଛନ୍ତି। ଏଥିସହ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ସର୍ବାଧିକ ବ୍ୟକ୍ତିଗତ ରନ୍‌ କରିବାରେ ସାର ଡନ ବ୍ରାଡମ୍ୟାନ ରେକର୍ଡ ଭାଙ୍ଗିଛନ୍ତି। ବ୍ରାଡମ୍ୟାନ ୧୯୩୨/୩୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୯୯ ରନ୍‌ର ଇନିଂସ ଖେଳିଥିଲେ। ଏହା ଓଭାଲ ଗ୍ରାଉଣ୍ଡ ସର୍ବାଧିକ ବ୍ୟକ୍ତିଗତ ସ୍କୋର ଥିଲା। ତେବେ ବ୍ରାଡମ୍ୟାନଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର ଥିଲା ୩୩୪। ଏହାକୁ ମଧ୍ୟ ଓ୍ବାର୍ନର ପଛରେ ପକାଇଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଏକ ସିଙ୍ଗଲ ନେଇ ୩୩୫ ରନ୍‌ କରିବା ପରେ ଅଧିନାୟକ ଟିମ ପେନ ପ୍ରଥମ ଇନିଂସ ଘୋଷଣା କରିଥିଲେ। ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ଏବେ ମଧ୍ୟ ମାଥ୍ୟୁ ହେଡେନଙ୍କ ନାମରେ ରହିଛି। ସେ ୨୦୦୩ରେ ଜିମ୍ବାଓ୍ବେ ବିପକ୍ଷରେ ୩୮୦ ରନ୍‌ କରିଥିଲେ। ଏହି ତାଲିକାରେ ଓ୍ବାର୍ନର ଏବେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ୪୧୮ ବଲର ସମ୍ମୁଖୀନ ହୋଇଥିବା ଓ୍ବାର୍ନରଙ୍କ ଇନିଂସରେ ୩୯ ଚୌକା ଓ ଏକ ଛକା ସାମିଲ ଥିଲା। ଏହି ଇନିଂସ ସହ ଦିବାରାତ୍ର ଟେଷ୍ଟ ଇତିହାସରେ ସର୍ବାଧିକ ରନ୍‌ କରିବାର ରେକର୍ଡ ମଧ୍ୟ ନିଜ ନାମରେ କରିଛନ୍ତି। ପୂର୍ବରୁ ଏହି ରେକର୍ଡ ପାକିସ୍ତାନର ଆଝାର ଅଲି(୩୦୨)ଙ୍କ ନାମରେ ଥିଲା। ଅପରାଜିତ ରହି ପ୍ୟାଭିଲିୟନକୁ ଫେରିବା ବେଳେ ୩୩ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କୁ ସାଥୀ ଖେଳାଳିମାନେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri