Posted inଖେଳ

ବ୍ରାଡ୍‌ମ୍ୟାନଙ୍କ ୭୧ ବର୍ଷର ରେକର୍ଡକୁ ଟପିଲେ ରୋହିତ୍‌

ରାଞ୍ଚତ୍, ୨୧।୧୦- ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୨୧୨ ରନ) କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିବା ଅବସରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି। ଘରୋଇ ମାଟିରେ ସର୍ବାଧିକ ଟେଷ୍ଟ ଆଭରେଜ ହାସଲ କରିବାରେ ସେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନଙ୍କ ନାମରେ ରହିଥିବା ୭୧ ବର୍ଷର ରେକର୍ଡକୁ ପଛରେ ପକାଇ ଦେଇଛନ୍ତି। ଘରୋଇ ମାଟିରେ ଅତିକମ୍‌ରେ ୧୦ଟି ଟେଷ୍ଟ ଇନିଂସ ଖେଳି ସର୍ବାଧିକ ଆଭରେଜ ହାସଲ କରିବାରେ ଏବେ ରୋହିତ୍‌ ତାଲିକାର ଶୀର୍ଷରେ ରହିଛନ୍ତି। ଘରୋଇ ମାଟିରେ ରୋହିତ୍‌ ବର୍ତ୍ତମାନ ସୁଦ୍ଧା ୧୮ ଟେଷ୍ଟ ଇନିଂସରୁ ୧୨୯୮ ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କ ଆଭରେଜ ୯୯.୮୪ ରହିଛି। ଏହି ତାଲିକାର ୨ୟ ସ୍ଥାନରେ ବ୍ରାଡ୍‌ମ୍ୟାନ (୯୮.୨୨) ରହିଛନ୍ତି। ବ୍ରାଡ୍‌ମ୍ୟାନ ୫୦ ଟେଷ୍ଟ ଇନିଂସରୁ ୪୩୨୨ ରନ କରିଛନ୍ତି। ଯଦି ପରବର୍ତ୍ତୀ ଘରୋଇ ଟେଷ୍ଟ ମ୍ୟାଚ୍‌ରେ ରୋହିତ୍‌ ବଡ଼ ସ୍କୋର କରିବାରେ ବିଫଳ ହୁଅନ୍ତି ତେବେ ଶୀର୍ଷ ସ୍ଥାନ ହରାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri