ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୩।୭(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ଗତ ଦୁଇଦିନ ହେଲା ବାଘ ଆତଙ୍କ ଦେଖାଯାଇଛି। ବାଘକୁ କେହି ଦେଖି ନ ଥିଲେ ମଧ୍ୟ ବନାଞ୍ଚଳ ଅନ୍ତର୍ଗତ ଆଡିଗୁଡ଼ି ଗ୍ରାମ ନିକଟ ସିଆଙ୍ଗାଉଜୁ ପାହାଡ଼ରେ ଶନିବାର ଏକ ବାଛୁରି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମରି ପଡ଼ିଥିବା ଏବଂ ନିକଟସ୍ଥ ବୁଦାରେ ଶଦ୍ଦ ଶୁଣି ଭୟରେ ସେଠାରୁ ପଳାଇ ଆସିଥିବା ଉକ୍ତ ଅଞ୍ଚଳର ଟିଙ୍ଗା ମୁଠାମାଝି କହିଛନ୍ତି। ଟିଙ୍ଗା ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଏପରି ଘଟଣା ଦେଖି ଅଞ୍ଚଳରେ ବାଘ ଥିବା ସନ୍ଦେହ କରୁଥିବା ସମ୍ପର୍କରେ ବନାଞ୍ଚଳ ଅଧିକାରୀ ଲଳିତମୋହନ ନାୟକଙ୍କୁ କହିଥିଲେ ା ବନ ବିଭାଗ ପକ୍ଷରୁ ରବିବାର ଏବଂ ସୋମବାର ଉକ୍ତ ଅଞ୍ଚଳରେ ତଦନ୍ତ କରାଯାଇଛି। ତେବେ ବାଛୁରି ମୃତଦେହ ପଡିଛି ବୋଲି କୁହାଯାଉଥିବା ସ୍ଥାନକୁ ଯିବାପାଇଁ ବନ କର୍ମଚାରୀମାନେ ଭୟ କରୁଛନ୍ତି। ଉକ୍ତ ସ୍ଥାନଟି ଘଞ୍ଚ ଜଙ୍ଗଲ ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ସେଠାକୁ ପହଞ୍ଚି ପାରି ନ ଥିବା ବନାଞ୍ଚଳ ଅଧିକାରୀ ନାୟକ କହିଛନ୍ତି। ତଥାପି ଖୁବ୍ଶୀଘ୍ର ସେଠାରୁ ପାଦଚିହ୍ନ ଚିହ୍ନଟ କରାଯିବ ବୋଲି ସେ କହିଛନ୍ତି। ଉକ୍ତ ଅଞ୍ଚଳରେ ଚିତ୍ତା ବାଘ ଥିବା ବନ ବିଭାଗ ଅନୁମାନ କରିଛି ା ବାଘକୁ ନେଇ ଆଡିଗୁଡ଼ି ଗ୍ରାମବାସୀ ଭୟଭୀତ ଥିବାରୁ ସେମାନଙ୍କୁ ସୋଲାର ଲାଇଟ ଯୋଗାଇ ଦିଆଯିବା ସହ ବନ ବିଭାଗ କର୍ମଚାରୀ ବାରମ୍ବାର ଗ୍ରାମକୁ ଯାଇ ଲୋକେ ସୁରକ୍ଷିତ ରହିବା ପାଇଁ ବିଭିନ୍ନ ପରାମର୍ଶ ଦେଉଛନ୍ତି। ସୂଚନାଯୋଗ୍ୟ, ଚଳିତ ମାସରେ ଉକ୍ତ ବନାଞ୍ଚଳର ଉଲିପଦର ହଷ୍ଟେଲ ଭିତରକୁ ବାଘ ପଶି ଆସିଥିବା ଆତଙ୍କ ସୃଷ୍ଟି ହୋଇଥିଲା। ଏବେ ସୁଦ୍ଧା ବନ ବିଭାଗ ପକ୍ଷରୁ ତାହା ବାଘ କିମ୍ବା ଅନ୍ୟ କୌଣସି ହଂସ୍ରଜନ୍ତୁ ସ୍ପଷ୍ଟ କରାଯାଇନାହିଁ। ବାଘ ଆତଙ୍କ ଯୋଗୁ ଜଙ୍ଗଲକୁ ଯାଇପାରୁ ନ ଥିବା ବେଳେ ସନ୍ଧ୍ୟା ହେଲେ ଘରୁ ବାହାରିବାକୁ ସୁରକ୍ଷିତ ମଣୁ ନ ଥିବା ଗ୍ରାମବାସୀ କହିଛନ୍ତି।
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
‘ଶିକ୍ଷା ସଚେତନତା ରଥ’ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫
ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…
Archives

