ବ୍ରାହ୍ମଣୀରୁ ଉଦ୍ଧାର ମୃତଦେହକୁ ନେଇ ବିବାଦ: ଗୋଟିଏ ମୃତଦେହ, ଦୁଇ ଦାବିଦାର

ଭୁବନ/ପରଜଙ୍ଗ, ୧୪ା୯(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ଓଢ଼ଣା-ମାଳପୁରା ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ଶୁକ୍ରବାର ଉଦ୍ଧାର ହୋଇଥିବା ଏକ ମୃତଦେହକୁ ନେଇ ଦେଖାଦେଇଛି ବିବାଦ। ଉକ୍ତ ମୃତଦେହ ପରଜଙ୍ଗ ଥାନା କୁନ୍ଦନଦେଈପୁର ଡଙ୍ଗାବୁଡ଼ି ଘଟଣାର ନିଖୋଜ ସୁଶାନ୍ତ କୁମାର ସାହୁଙ୍କର ବୋଲି ତାଙ୍କ ପରିବାର ଦାବି କରୁଥିବା ବେଳେ କାମାକ୍ଷାନଗର ଥାନା ନୂଆଆଳତୁମା ଗ୍ରାମ ଦୁଇଗୋଡ଼ିଆ ସାହିର ନିଖୋଜ କରୁଣାକର ମଲ୍ଲିକଙ୍କ ସମ୍ପର୍କୀୟ ତାହାକୁ କରୁଣାକରଙ୍କ ବୋଲି ଦାବି କରୁଛନ୍ତି। ଏହାକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏଯାଏ ଶବ ବ୍ୟବଚ୍ଛେଦ ହୋଇପାରି ନ ଥିବାବେଳେ ଯିଏ ଉପଯୁକ୍ତ ପ୍ରମାଣ ଦେବ ତାକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଓଢ଼ଣା-ମାଳପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଏକ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ତହସିଲଦାର ଶକ୍ତିକାନ୍ତ ରାୟଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ଉକ୍ତ ମୃତଦେହ ଉଦ୍ଧାର କରିଥିଲେ। ଶବଟି ଫୁଲି ଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ଅପରାହ୍ନରେ ପରଜଙ୍ଗ ଥାନା କୁନ୍ଦନଦେଈପୁର ଡଙ୍ଗାବୁଡ଼ି ଘଟଣାରେ ନିଖୋଜ ସୁଶାନ୍ତଙ୍କ ପରିବାର ସଦସ୍ୟ ପହଞ୍ଚତ୍ ମୃତଦେହ ଚିହ୍ନଟ କରିଥିଲେ। ଏ ନେଇ ନଂ. ୨୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମୃତଦେହ ଜବତ କରାଯିବା ପରେ ବ୍ୟବଚ୍ଛେଦ ଲାଗି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ତେବେ ବିଳମ୍ବ ହୋଇଯାଇଥିବାରୁ ଶନିବାର ବ୍ୟବଚ୍ଛେଦ ହେବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଗତ ଶନିବାର ଦୁଇଗୋଡ଼ିଆ ସାହିର କରୁଣାକର ମଲ୍ଲିକ ନାମକ ଜଣେ ଯୁବକ ବ୍ରାହ୍ମଣୀର ଶାଖା ନଦୀ ରାମିଆଳରେ ବୁଡ଼ିଯାଇଥିଲେ। ସୂଚନା ପାଇ କରୁଣାକରଙ୍କ ସମ୍ପର୍କୀୟ ଡାକ୍ତରଖାନାରେ ପହଞ୍ଚତ୍ ଉକ୍ତ ମୃତଦେହ ନେବାକୁ ଅଡ଼ି ବସିଛନ୍ତି।
ଏ ନେଇ ତହସିଲଦାର କୁହନ୍ତି, ମୃତଦେହ ଉଦ୍ଧାର ପରେ ସୁଶାନ୍ତଙ୍କ ସମ୍ପର୍କୀୟ, ବ୍ଲକ ଅଧ୍ୟକ୍ଷ ଆସିଥିଲେ। ସେମାନେ ମୃତଦେହ ଚିହ୍ନଟ କରିଛନ୍ତି। ମୃତଦେହର ଅନ୍ୟଜଣେ ଦାବିବାର ବାହାରିଥିବା ଶୁଣିବାକୁ ମିଳୁଛି। ପୋଲିସ ତଦନ୍ତ ପରେ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ। ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ଏବଂ ଘଟଣାର ତଦନ୍ତକାରୀ ଅଧିକାରୀ ତୁଷାରକାନ୍ତି ନାୟକ ମଧ୍ୟ ସମାନ କଥା କହିଛନ୍ତି। ପୋଲିସ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବାବେଳେ ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri