ବ୍ରାହ୍ମଣୀରୁ ଉଦ୍ଧାର ମୃତଦେହକୁ ନେଇ ବିବାଦ: ଗୋଟିଏ ମୃତଦେହ, ଦୁଇ ଦାବିଦାର

ଭୁବନ/ପରଜଙ୍ଗ, ୧୪ା୯(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ଓଢ଼ଣା-ମାଳପୁରା ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ଶୁକ୍ରବାର ଉଦ୍ଧାର ହୋଇଥିବା ଏକ ମୃତଦେହକୁ ନେଇ ଦେଖାଦେଇଛି ବିବାଦ। ଉକ୍ତ ମୃତଦେହ ପରଜଙ୍ଗ ଥାନା କୁନ୍ଦନଦେଈପୁର ଡଙ୍ଗାବୁଡ଼ି ଘଟଣାର ନିଖୋଜ ସୁଶାନ୍ତ କୁମାର ସାହୁଙ୍କର ବୋଲି ତାଙ୍କ ପରିବାର ଦାବି କରୁଥିବା ବେଳେ କାମାକ୍ଷାନଗର ଥାନା ନୂଆଆଳତୁମା ଗ୍ରାମ ଦୁଇଗୋଡ଼ିଆ ସାହିର ନିଖୋଜ କରୁଣାକର ମଲ୍ଲିକଙ୍କ ସମ୍ପର୍କୀୟ ତାହାକୁ କରୁଣାକରଙ୍କ ବୋଲି ଦାବି କରୁଛନ୍ତି। ଏହାକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏଯାଏ ଶବ ବ୍ୟବଚ୍ଛେଦ ହୋଇପାରି ନ ଥିବାବେଳେ ଯିଏ ଉପଯୁକ୍ତ ପ୍ରମାଣ ଦେବ ତାକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଓଢ଼ଣା-ମାଳପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଏକ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ତହସିଲଦାର ଶକ୍ତିକାନ୍ତ ରାୟଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ଉକ୍ତ ମୃତଦେହ ଉଦ୍ଧାର କରିଥିଲେ। ଶବଟି ଫୁଲି ଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ଅପରାହ୍ନରେ ପରଜଙ୍ଗ ଥାନା କୁନ୍ଦନଦେଈପୁର ଡଙ୍ଗାବୁଡ଼ି ଘଟଣାରେ ନିଖୋଜ ସୁଶାନ୍ତଙ୍କ ପରିବାର ସଦସ୍ୟ ପହଞ୍ଚତ୍ ମୃତଦେହ ଚିହ୍ନଟ କରିଥିଲେ। ଏ ନେଇ ନଂ. ୨୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମୃତଦେହ ଜବତ କରାଯିବା ପରେ ବ୍ୟବଚ୍ଛେଦ ଲାଗି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ତେବେ ବିଳମ୍ବ ହୋଇଯାଇଥିବାରୁ ଶନିବାର ବ୍ୟବଚ୍ଛେଦ ହେବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଗତ ଶନିବାର ଦୁଇଗୋଡ଼ିଆ ସାହିର କରୁଣାକର ମଲ୍ଲିକ ନାମକ ଜଣେ ଯୁବକ ବ୍ରାହ୍ମଣୀର ଶାଖା ନଦୀ ରାମିଆଳରେ ବୁଡ଼ିଯାଇଥିଲେ। ସୂଚନା ପାଇ କରୁଣାକରଙ୍କ ସମ୍ପର୍କୀୟ ଡାକ୍ତରଖାନାରେ ପହଞ୍ଚତ୍ ଉକ୍ତ ମୃତଦେହ ନେବାକୁ ଅଡ଼ି ବସିଛନ୍ତି।
ଏ ନେଇ ତହସିଲଦାର କୁହନ୍ତି, ମୃତଦେହ ଉଦ୍ଧାର ପରେ ସୁଶାନ୍ତଙ୍କ ସମ୍ପର୍କୀୟ, ବ୍ଲକ ଅଧ୍ୟକ୍ଷ ଆସିଥିଲେ। ସେମାନେ ମୃତଦେହ ଚିହ୍ନଟ କରିଛନ୍ତି। ମୃତଦେହର ଅନ୍ୟଜଣେ ଦାବିବାର ବାହାରିଥିବା ଶୁଣିବାକୁ ମିଳୁଛି। ପୋଲିସ ତଦନ୍ତ ପରେ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ। ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ଏବଂ ଘଟଣାର ତଦନ୍ତକାରୀ ଅଧିକାରୀ ତୁଷାରକାନ୍ତି ନାୟକ ମଧ୍ୟ ସମାନ କଥା କହିଛନ୍ତି। ପୋଲିସ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବାବେଳେ ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri