ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ

ପରଜଙ୍ଗ, ୩୦।୮(ଡି.ଏନ୍‌.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।
ପାଣିଗେଙ୍ଗୁଟିଆ, ଖଇରପଶି, ରୋଡ୍‌, ପାଳସାହି ଘାଟରୁ ଦୈନିକ ଶତାଧିକ ଟ୍ରିପ୍‌ ବାଲି ଚାଲାଣ ହେଉଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାଜସ୍ବ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବ୍ରାହ୍ମଣୀ ନଦୀର ପାଣିଗେଙ୍ଗୁଟିଆ ଘାଟରୁ ବାଲି ଚୋରାଚାଲାଣ ହେଉଥିବା ସୂଚନା ପାଇ ଫାଣ୍ଡି ଅଧିକାରୀ ସୁରେଶ ମହାପାତ୍ର ଗୁରୁବାର ଚଢ଼ାଉ କରିଥିଲେ। ଏହି ସମୟରେ କେତୋଟି ଟ୍ରାକ୍ଟର ଫେରାର ହୋଇଯାଇଥିଲେ। ଅନ୍ୟ ୨ଟି ଟ୍ରାକ୍ଟର (ଇଞ୍ଜିନ ନଂ. ଓଡ଼ି ୦୬ ସି ୫୯୦୧ ଏବଂ ଓଡ଼ି ୦୬ଇ ୪୧୧୦)କୁ ଜବତ କରାଯାଇଥିଲା। ଉକ୍ତ ଦୁଇ ଗାଡ଼ିକୁ ସାଆନ୍ଦା ଆର୍‌ଆଇଙ୍କୁ ହସ୍ତାନ୍ତର କରାଯାଇଥିଲା। ଜବତ ହୋଇଥିବା ଟ୍ରାକ୍ଟର ମାଲିକଙ୍କଠାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଅନ୍ୟ ଏକ ଘଟଣାରେ ଭାଲୁମୁଣ୍ଡା-ଆଲୁଅଝରଣ ରାସ୍ତାରେ ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କ ଦ୍ୱାରା ଏକ ନମ୍ବର ବିହୀନ ବାଲି ବୋଝେଇ ଟ୍ରାକ୍ଟର ଜବତ କରାଯାଇଛି। ଉକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୨୦ ହଜାର ଟଙ୍କା ଆଦାୟ କରାଯାଇଛି। ଆଗକୁ ଏପରି ଚଢ଼ାଉ ଆହୁରି ଜୋର୍‌ଦାର ହେବ ବୋଲି ତହସିଲଦାର ସୂଚନା ଦେଇଛନ୍ତି।
ଏ ନେଇ ଆର୍‌ଆଇ ପ୍ରଦ୍ୟୁମ୍ନ ସେଠୀ କୁହନ୍ତି, ବିଭାଗ ପକ୍ଷରୁ ଥରେ ଦୁଇଥର ଚଢ଼ାଉ କରାଯାଇ ଗାଡ଼ି ଜବତ କରାଯାଇଛି। ବ୍ରାହ୍ମଣୀ ନଦୀର ନିଲାମ ହୋଇ ନ ଥିବା ଘାଟରୁ ବାଲିଚାଲାଣ ସମ୍ପର୍କରେ ରାଜସ୍ବ ବିଭାଗ ପକ୍ଷରୁ କ’ଣ ପଦକ୍ଷେପ ନିଆଯାଇଛି ବୋଲି ପଚାରିବାରେ ସେ ପ୍ରସଙ୍ଗ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri