ବ୍ରାହ୍ମଣୀରେ ଡଙ୍ଗା ବୁଡି ୪ ନିଖୋଜ ଘଟଣା ଜଣଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୯।୯ (ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ଡଙ୍ଗାବୁଡ଼ି ଘଟଣାରେ ଜଣଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କୁନ୍ଦନଦେଈପୁର ଗ୍ରାମର ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ପୁଅ ବିଶ୍ୱଜିତ। ସକାଳେ ସାଆନ୍ଦା ଫାଣ୍ଡି ଅଧୀନ ପାଣିଗେଙ୍ଗୁଟିଆ ଗ୍ରାମ ବ୍ରାହ୍ମଣୀ ନଦୀର ଶକ୍ତିପଦା ପଠା ନିକଟ କାଉଁସି ଗଛଗୁଡିକରେ ମୃତଦେହ ଲାଖିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୋଲିସକୁ ଖବର ଦେଇଥିଲେ। ଫାଣ୍ଡି ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ସେଠାରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଖବରପାଇ ପରିବାର ଲୋକେ ମୃତଦେହ ଚିହ୍ନଟ କରିଥିଲେ। ବିଡିଓ ବସନ୍ତ ମଲ୍ଲିକ, ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କ ସମେତ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ସାନଭାଇ ବିଭୂତିଙ୍କ ଅଭିଯୋଗ କ୍ରମେ ପରଜଙ୍ଗ ଥାନାରେ ନଂ. ୩୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ମୃତଦେହ ପହଞ୍ଚିବା ପରେ ଗ୍ରାମରେ ଶୋକାକୂଳ ପରିବେଶ ଖେଳିଯାଇଥିଲା। ବିଶ୍ୱଜିତଙ୍କ ସ୍ତ୍ରୀ ଇପ୍ସିତା ଚେତାଶୂନ୍ୟ ହୋଇ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତାଳଚେର ମଣ୍ଡାପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିଶ୍ୱଜିତ ମାତ୍ର ୪ ମାସ ତଳେ ମେ ୧୭ରେ ମୁଣ୍ଡେଇଲୋ ଗ୍ରାମରେ ବିବାହ କରିଥିଲେ। ଜିଲା ରେଡକ୍ରସ ତରଫରୁ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଓ ହରିଶ୍ଚନ୍ଦ୍ର ଯୋଜନାରେ ସ୍ଥାନୀୟ ସରପଞ୍ଚ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri