ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ମହିଳା ୨ ଜଣ ଅଛନ୍ତି। ସେହିପରି ୨୭ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ଦିଗପହଣ୍ଡି ଓ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସ୍‌ଟି ସମ୍ପୂର୍ଣ୍ଣ ଭାବେ ଓଲଟି ପଡ଼ିଥିବା ଯୋଗୁ ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି। ଏବେ ବି ବସ ଭିତରେ କିଛି ଯାତ୍ରୀ ଫଶି ରହିଛନ୍ତି। ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍‌ ପହଞ୍ଚିଛନ୍ତି। ତେବେ ପାଣି ଓ ପଥର ପଡ଼ି ରହିଥିବା ଯୋଗୁ ଉଦ୍ଧାରକାରୀ ଟିମ ପାଇଁ ଏହା ସମସ୍ୟା ହୋଇଛି।
ସୂଚନାଯୋଗ୍ୟ, ମାରୁତି ନାମକ ଘରୋଇ ବସ ରାୟଗଡ଼ା ଟିକିରିରୁ ବ୍ରହ୍ମପୁର ଆସୁଥିଲା। ତେବେ ରାତି ପ୍ରାୟ ୩ଟା ସମୟରେ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଥିଲା। ବସ୍‌ରେ ୫୦ ଜଣ ଯାତ୍ରୀ ଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri