ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ: ଅର୍ଥ ମଞ୍ଜୁର ସତ୍ତ୍ୱେ ଆରମ୍ଭ ହେଉନି ନିର୍ମାଣ କାର୍ଯ୍ୟ

ରଣପୁର,୧୯ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ସୁନାଖଳା-ରଣପୁର ରାସ୍ତାର ଚମ୍ପତିପୁରଠାରେ ମଲାଗୁଣୀ ନଦୀ ଉପରେ ନିର୍ମିତ ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ପୋଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହେବାର ୪ ବର୍ଷ ବିତିଯାଇଥିଲେ ମଧ୍ୟ କାମ ଆରମ୍ଭ ହେଉ ନାହିଁ। ଏଥିଯୋଗୁ ଉକ୍ତ ଅଞ୍ଚଳରେ ଦୁର୍ଘଟଣା ଘଟି ଗତ ୫ବର୍ଷ ମଧ୍ୟରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୩୬ ଜଣ ଆହତ ହୋଇଛନ୍ତି। ପୋଲ କାମ ଶୀଘ୍ର ଆରମ୍ଭ ନ ହେଲେ ସ୍ଥାନୀୟ ଜନସାଧାରଣ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ଏହି ପୋଲ ନିର୍ମାଣ ପାଇଁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ପରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ଉଦ୍ୟମରେ ୨୦୧୪ ମସିହାରେ ୨କୋଟି ୮ ୧ ଲକ୍ଷ ୭୫ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଟେଣ୍ଡର କରାଯାଇଥିଲା। ତା୨୩ା୭ା୨୦୧୫ରେ ପୋଲ ନିର୍ମାଣ ପାଇଁ ରଣପୁର ବିଧାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜମି ଅଧିଗ୍ରହଣରେ ସମସ୍ୟା କାରଣରୁ କାମ କିଛି ଦିନ ଧରି ଅଟକି ରହିଥିଲା। ଏହି ସମସ୍ୟା ଦୂର ହୋଇଥିଲେ ମଧ୍ୟ ଠିକାଦାର କାମ ନ କରି ଚୁପ୍‌ ହୋଇ ବସି ରହିଛନ୍ତି। ପୋଲ ନିର୍ମାଣରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଠିକାଦାରଙ୍କୁ ସ୍ଥାନୀୟ ଲୋକେ ପ୍ରଶ୍ନ କରିବାରୁ ସେ ଛଡ, ସିମେଣ୍ଟ, ଗୋଡି ଓ ବାଲି ପରି ଆନୁସଙ୍ଗିକ ସାମଗ୍ରୀ ଦର ବୃଦ୍ଧି ଯୋଗୁ ୪ ବର୍ଷ ପରେ କାମ କରିବା ସମ୍ଭବ ହେଉ ନାହିଁ । ଅଧିକ ଅର୍ଥ ବ୍ୟୟବରାଦ ହେଲେ ସେ କାମ କରିବେ ବୋଲି କହିଥିଲେ। ଏ ସମ୍ପର୍କରେ ରଣପୁର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଠିକାଦାର ଟେଣ୍ଡର ନେଇ କାର୍ଯ୍ୟ କରୁ ନାହାନ୍ତି। ଅଧିକ ବ୍ୟୟବରାଦ ଦାବି କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ପୋଲ ନିର୍ମାଣ କାର୍ଯ୍ୟ ପଡି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri