ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି (ହିଟ୍‌ ଓ୍ବେଭ୍‌)ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଗତ ମେ’ରୁ ସମଗ୍ର ୟୁରୋପରେ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇଆସୁଛି। ଜାତୀୟ ପାଣିପାଗ ଏଜେନ୍ସି ‘ମେଟେଓ ଫ୍ରାନ୍ସ’ର ସୂଚନା ଅନୁଯାୟୀ, ମଙ୍ଗଳବାରଠାରୁ ଦକ୍ଷିଣ-ପୂର୍ବ ଫ୍ରାନ୍ସରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ପାଖାପାଖି ପହଞ୍ଚିବ ବୋଲି ଆଶଙ୍କା କରାଯାଉଛି। ସେହିପରି ଇଂଲଣ୍ଡର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସ୍ବାସ୍ଥ୍ୟ ସତର୍କତା ଜାରି କରାଯାଇଛି।
ଜଳବାୟୁ ଏଜେନ୍ସି ‘କୋପର୍‌ନିକସ୍‌’ର ରିପୋର୍ଟ ଅନୁଯାୟୀ, ପଶ୍ଚିମ ୟୁରୋପରେ ଜୁନ୍‌-ଜୁଲାଇ ମଧ୍ୟଭାଗରେ ହାରାହାରି ତାପାମାତ୍ରା ୨୧.୬୨ ଡିଗ୍ରୀ ସେଲସିୟସ୍‌ ଥିଲା, ଯାହାକି ୨୦୨୨ର ସମସ୍ତ ରେକର୍ଡକୁ ଭାଙ୍ଗି ଦେଇଛି। କେନ୍ଦ୍ରର ଜଳବାୟୁ ରଣନୀତି ପ୍ରମୁଖ ସାମନ୍ଥା ବର୍ଗେସ କହିଛନ୍ତି ଯେ ନିରବଚ୍ଛିନ୍ନ ଉଚ୍ଚ ଚାପ ବଳୟ ପଶ୍ଚିମ ୟୁରୋପରେ ଉତ୍ତାପକୁ ବାନ୍ଧି ରଖିବା ସହିତ ମରୁଡ଼ି ପରିସ୍ଥିତିକୁ ଆହୁରି ଗମ୍ଭୀର କରିଦେଇଛି। ଉଷ୍ମ ମାଟି ଏହାର ପ୍ରାକୃତିକ ଶୀତଳୀକରଣ କ୍ଷମତା ହରାଇବା କାରଣରୁ ତାପମାତ୍ରା ଅଧିକ ଦ୍ରୁତ ଗତିରେ ବୃଦ୍ଧି ପାଉଛି।
ବିଶ୍ୱବ୍ୟାପୀ ଜଳବାୟୁ ପରିସଂଖ୍ୟାନ ଅନୁଯାୟୀ, ମାନବକୃତ ଗ୍ଲୋବାଲ ଓ୍ବାର୍ମିଂ ଏବଂ ‘ଏଲ୍‌ ନିନୋ’ର ମିଳିତ ପ୍ରଭାବ ଯୋଗୁ ୨୦୨୬ ସର୍ବକାଳୀନ ଉଷ୍ମତମ ବର୍ଷ ହେବାର ସମ୍ଭାବନା ରହିଛି। ବ୍ରିଟେନ ଏବଂ ଫ୍ରାନ୍ସର ସ୍ବାସ୍ଥ୍ୟ ସେବା ଏବଂ ବୟସ୍କ ତଥା ଦୁର୍ବଳ ବ୍ୟକ୍ତିମାନଙ୍କ ସୁରକ୍ଷା ପ୍ରତି ଏହି ପରିସ୍ଥିତି ଏକ ବିରାଟ ବିପଦ ସୃଷ୍ଟି କରିଛି। ଏଭଳି ଚରମ ଜଳବାୟୁ ପରିବର୍ତ୍ତନ ବିରୋଧରେ ସଜାଗ ରହିବାକୁ ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri