Posted inଜାତୀୟ

ବ୍ରିଫ୍‌କେସ୍‌ ବଦଳରେ ବହିଖାତା

ନୂଆଦିଲ୍ଲୀ,୬ା୭(ପି.ଟି.): ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପରମ୍ପରା ଭଙ୍ଗକରି ବ୍ରିଫ୍‌କେସ୍‌ ବଦଳରେ ଗୃହକୁ ଏକ ଲାଲ୍‌ ରଙ୍ଗର ସିଲ୍କ ବ୍ୟାଗ୍‌ରେ ବଜେଟ ଦସ୍ତାବିଜ୍‌ ଆଣି ଆସିଥିଲେ। ଏହା ବହିଖାତା ପରମ୍ପରାକୁ ମନେପକାଇଦେଇଥିଲା। ଅତୀତରେ ସମସ୍ତ ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ ପାଇଁ ବ୍ରିଫ୍‌କେସ୍‌ ଧରି ଆସୁଥିଲେ। ଏହା ଉପନିବେଶୀୟ ପରମ୍ପରା ବୋଲି କୁହାଯାଉଥିଲା। ସୀତାରାମନ୍‌ ଆଣିଥିବା ଲାଲ୍‌ ବ୍ୟାଗ୍‌ରେ ଜାତୀୟ ସଙ୍କେତ ରହିଥିଲା।
ପୂର୍ବରୁ ଉପନିବେଶୀୟ ପରମ୍ପରାକ୍ରମେ ସନ୍ଧ୍ୟା ୫ଟାରେ ବଜେଟ ଉପସ୍ଥାପନ କରାଯାଇଆସୁଥିଲା। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ତତ୍କଳୀନ ଅର୍ଥମନ୍ତ୍ରୀ ଯଶଓ୍ବନ୍ତ ସିହ୍ନା ଏହି ପରମ୍ପରା ଭଙ୍ଗ କରି ପୂର୍ବାହ୍ନ ୧୧ଟାରେ ବଜେଟ ଉପସ୍ଥାପନ କରିଥିଲେ। ସେବେଠାରୁ ପୂର୍ବାହ୍ନରେ ବଜେଟ ଉପସ୍ଥାପନ ହୋଇଆସୁଛି। ଭାରତର ବ୍ୟବସାୟୀମାନେ ପାରମ୍ପରିକ ଭାବେ ହିସାବ ରଖୁଥିବା କାଗଜପତ୍ରକୁ ବହିଖାତା କହୁଥିଲେ। ସରକାର ବଜେଟରେ ଭାରତୀୟ ପରମ୍ପରାକୁ ଅନୁସରଣ କରିଥିବା ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri