ବ୍ଲକ୍‌ ରୋଡ୍‌ ଜବର ଦଖଲତହସିଲରେ ଅଭିଯୋଗ

ଝୁମ୍ପୁରା, ୨୩।୭ (ଡି.ଏନ.ଏ.)-ଝୁମ୍ପୁରା ବଜାର ଅଞ୍ଚଳର ୨୦ନଂ ଜାତୀୟ ରାଜପଥର ବ୍ଲକ ଛକ ଠାରୁ ତହସିଲ କାର୍ଯ୍ୟାଳୟ ଏବଂ ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଉଖୁଣ୍ଡାକୁ ସଂଲଗ୍ନ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ଅନେକ ସ୍ଥାନରେ ଜବରଦଖଲକୁ ନେଇ ବିବାଦ ଦେଖା ଦେବା ସହିତ ତହସିଲରେ ଅଭିଯୋଗ ସରିଛି। ୨ବର୍ଷ ପୂର୍ବରୁ ଏହି ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ ସମୟରେ ଜବର ଦଖଲ ଉଚ୍ଛେଦ କରାଯାଇଥିଲା। ରାସ୍ତା ନିର୍ମାଣ ସରିବା ପରେ ଝୁମ୍ପୁରା ବ୍ଲକ ଛକଠାରୁ କୃଷି ବିଭାଗ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନେକ ସ୍ଥାନରେ ନିଜ ଦୋକାନ ଘରର ତାଜା ରାସ୍ତା ପାର୍ଶ୍ୱକୁ ବଢାଇବା, ରାସ୍ତା ସଂଲଗ୍ନ ବେନିୟମ ନିର୍ମାଣ କରିବା, ଉଚ୍ଚ ବିଦ୍ୟାଳୟ ରାସ୍ତାପାର୍ଶ୍ୱ ପାଚେରି କଡରେ କ୍ୟାବିନ ପକାଇବା ଯୋଗୁ ପୁଣି ଥରେ ବ୍ଲକ ଛକରୁ ବ୍ଲକ ରାସ୍ତା ୫ଶହ ମିଟର ପର୍ଯ୍ୟନ୍ତ ଅବରୋଧ ହୋଇଚାଲିଛି। ଏଥିଲାଗି ଗାଡି ଓ ବାଇକ ରାସ୍ତା ଉପରେ ପାର୍କିଂ ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ପ୍ରତ୍ୟହ ଏହି ସ୍ଥାନରେ ବାଇକ ଆରୋହୀ ଏବଂ ସାଧାରଣ ପଥଚାରୀ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ତହସିଲଦାର ଜନକ ନାୟକଙ୍କୁ ପଚାରିବାରୁ ରାସ୍ତା ପାର୍ଶ୍ୱରେ ପଡିଥିବା କ୍ୟାବିନଗୁଡିକୁ ଉଠାଇବା ପାଇଁ କୁହାଯାଇଛି। ବେନିୟମ ନିର୍ମାଣ ନ କରିବା ପାଇଁ ମଧ୍ୟ ତାଗିଦ କରାଯାଇଛି। ଏହାକୁ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri