ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଦଳରୁ କିଶୋର ଇସ୍ତଫା ଦେଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଭାଜପା ଦଳରେ ସାମିଲ ହୋଇଥିଲେ। କିଶୋର ଭାଜପାରେ ସାମିଲ ପରେ ନୟାଗଡ ରାଜନୀତି ସରଗରମ ହୋଇ ଉଠିଛି। ଏଭଳି ସ୍ଥିତିରେ ଅଧ୍ୟକ୍ଷ ଦଳର ଶୃଙ୍ଖଳା ଭଙ୍ଗ ସହ କୌଣସି ସମିତିସଭ୍ୟ ସରପଞ୍ଚଙ୍କୁ ନ ଜଣାଇ ଭାଜପାରେ ସାମିଲ ହୋଇଥିବାରୁ, ସଭ୍ୟମାନେ ଅନାସ୍ଥା ଆଣିବାକୁ ନିଷ୍ପତ୍ତି ନେଇଥିଲେ। ଅନାସ୍ଥା ପାଇଁ ନୟାଗଡ଼ ବ୍ଲକର ୪୫ ଜଣ ସରପଞ୍ଚ ଓ ସମିତି ସଭ୍ୟ ନୟାଗଡ଼ ଉପଜିଲାପାଳଙ୍କୁ ସୋମବାର ଭେଟି ଫେରାଦ୍‌ ହେବା ସହ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦରଖାସ୍ତ ଦେଇଛନ୍ତି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଉପଜିଲାପାଳ ସୂଚନା ଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri