ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାରିତ

ଜି.ଉଦୟଗିରି,୨୮ା୧୧(ଡି.ଏନ.ଏ.)-ଜି.ଉଦୟଗିରି ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ପ୍ରଧାନଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଗୃହୀତ ହୋଇଛି । ଅନାସ୍ଥା ପ୍ରସ୍ତାବ ନିମନ୍ତେ ଗୁରୁବାର ବ୍ଲକ କାର୍ଯ୍ୟାଳୟରେ ହୋଇଥିବା ସ୍ବତନ୍ତ୍ର ବୈଠକରେ ଏମ୍‌ପି ଓ ବିଧାୟକ, ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଅନୁପସ୍ଥିତ ଥିଲେ। ମୋଟ ୧୨ ସଦସ୍ୟ ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିଲେ । ସେମାନଙ୍କ ମଧ୍ୟରେ ୧୨ ଜଣଙ୍କ ମଧ୍ୟରେ ୮ ସରପଞ୍ଚ ଓ ୪ ସମିତିସଭ୍ୟ ଥିଲେ। ଅନାସ୍ଥା ପ୍ରସ୍ତାବ ବୈଠକ ଓ ଗୁପ୍ତ ମତଦାନକୁ ଚକାପାଦ ବିଡିଓ ଅନିଲ କୁମାର ପଟ୍ଟନାୟକ ପ୍ରିଜାଇଡିଂ ଅଫିସର ଭାବେ ଯୋଗଦେଇ ପରିଚାଳନା କରିଥିବା ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ କହିଛନ୍ତି। ଅନାସ୍ଥା ବୈଠକର ରିପୋର୍ଟ ଜିଲା ପ୍ରଶାସନ ନିକଟକୁ ପଠାଯିବ ବୋଲି ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ରାକେଶ କୁମାର ପାତ୍ର କହିଛନ୍ତି। ସୂଚନାଯୋଗ୍ୟ, ବିଜେଡି ସମର୍ଥିତ ଅଧ୍ୟକ୍ଷା ଦିପ୍ତୀରେଖାଙ୍କ ବିରୋଧରେ ୧୩ ସଦସ୍ୟ ଅନାସ୍ଥା ପ୍ରସ୍ତାବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri