କ.ନୂଆଗଁ।,୨୭।୫(ଡି.ଏନ୍.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଶିକ୍ଷକ ପଦବୀରୁ ଇସ୍ତଫା ଦେଇ ନିଜ ପଞ୍ଚାୟତ ସାଇନପଡ଼ାରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ହୋଇଥିଲେ। ଚଳିତ ନିର୍ବାଚନରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡି ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ୪୩,୧୭୫ ଖଣ୍ଡ ଭୋଟ ପାଇଥିଲେ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି କଂଗ୍ରେସର ସିମନ ମଲ୍ଲିକଙ୍କଠାରୁ ୬୯୧୦ ଖଣ୍ଡ ଭୋଟ ଅଧିକ ପାଇ ବିଧାୟକ ନିର୍ବାଚିତ ହୋଇଥିଲେ। ସୋମବାର କହଁର ବିଡିଓ ମନୋଜ କୁମାର ତ୍ରିପାଠୀଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଡିଓ ବ୍ଲକ ଚିଠି ନଂ. ୧୨୩୯ ଦ୍ୱାରା କନ୍ଧମାଳ ଜିଲାପାଳ, ବାଲିଗୁଡ଼ା ଉପଜିଲାପାଳ ଓ ଉପାଧ୍ୟକ୍ଷା ସୁଲୋଚନା ଦଳ ବେହେରାଙ୍କୁ ଅବଗତ କରାଇ କାର୍ଯ୍ୟାନୁଷ୍ଠାନ ପାଇଁ ଜଣାଇଛନ୍ତି। ସରକାରଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଉପାଧ୍ୟକ୍ଷା ଦଳବେହେରା ବ୍ଲକ କାର୍ଯ୍ୟ କରିବେ ବୋଲି ଜିପିଇଓ ବିରାଜ କୁମାର ସାହୁ ଜଣାଇଛନ୍ତି।
କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
Archives

