Posted inଭଦ୍ରକ

ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

ବାସୁଦେବପୁର, ୨ା୬(ଡି.ଏନ.ଏ.)-ମହାମାରୀ କରୋନା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଲକ୍‌ଡାଉନ ପାଇଁ ଶ୍ରମିକ ଓ ଗରିବ ଲୋକମାନେ ହଇରାଣ ହରକତ ହେଉଥିବା ସହ ବିଭିନ୍ନ ସରକାରୀ ସହାୟତା ଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ଫଳରେ ସେମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସେମାନେ ହରକତ ହେଉଛନ୍ତି। କୌଣସି ପକ୍ଷପାତିତା ନ କରି ସରକାରୀ ସହାୟତା ଲୋକଙ୍କୁ ଠିକ୍‌ ଭାବେ ପ୍ରଦାନ ପାଇଁ ବିଡିଓଙ୍କୁ କଂଗ୍ରେସ ଦଳ ପକ୍ଷରୁ ଏକ ଦାବିପତ୍ର ସୋମବାର ପ୍ରଦାନ କରାଯାଇଛି। କିରୋସିନ ଧାର୍ଯ୍ୟଦରଠାରୁ ଅଧିକ ବିକ୍ରି ହେବା, ଚାଉଳ, ଗହମର ପରିମାଣ କମ୍‌ ପ୍ରଦାନ କରାଯିବା, ରାଶନକାର୍ଡ଼ ପ୍ରସ୍ତୁତିରେ ଜାଲିଆତି, ଠିକ୍‌ ସମୟରେ ସୂଚନା ଆଇନର ତଥ୍ୟ ବ୍ଲକରୁ ନ ମିଳିବା, ବିଭିନ୍ନ କରୋନା ସେଣ୍ଟରରେ ଅବ୍ୟବସ୍ଥା, ଅମ୍ଫନ୍‌ ବାତ୍ୟା ପ୍ରଭାବରେ କ୍ଷୟକ୍ଷତିର ସଠିକ୍‌ ଆକଳନ କରି ସହାୟତା ପ୍ରଦାନ, ବିନା ସୂଚନା ଫଳକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ମେଶିନ ଲଗାଇ ରାତିଅଧିଆ ସରକାରୀ କାର୍ଯ୍ୟ କରିବା ଭଳି ସମସ୍ୟା ସମ୍ପର୍କରେ କଂଗ୍ରେସର ପ୍ରତିନିଧି ଦଳ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବ୍ଲକ କଂଗ୍ରେସ ସଭାପତି ରମେଶ ଚନ୍ଦ୍ର ବଳ, ଜିଲା କଂଗ୍ରେସ ସଭାପତି ଅଶୋକ କୁମାର ଦାସ, ପୂର୍ବତନ ଜିଲା ପରିଷଦ ସଭ୍ୟ ପ୍ରଭାତ ବାରିକ ପ୍ରମୁଖ ଏକ ଦାବିପତ୍ର ବିଡିଓ ପ୍ରଣବ କୁମାର ବେହେରାଙ୍କୁ ପ୍ରଦାନ କରିଥିବା ବେଳେ ଏହି ସମସ୍ୟା ବାବଦରେ ସେ ଧ୍ୟାନ ଦେବେ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬...

ମଦ ପିଇବାକୁ ଟଙ୍କା ଦେଲେନି ମା’, ପେଟ୍ରୋଲ ଢାଳି ଜାଳିଦେଲେ ପୁଅ

ତିହିଡି଼, ୪।୧୨(ସଞ୍ଜିତ ବଳ): ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri