ବ୍ଲକ ପରିସରରେ ଦରପୋଡ଼ା ଆଇରନ ବଟିକା

ଏରସମା,୩୧ା୧୨(ସ୍ବ.ପ୍ର.): ଗର୍ଭବତୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସେମାନଙ୍କୁ ନିୟମିତ ସମୟ ବ୍ୟବଧାନରେ ବିଭିନ୍ନ ଖାଦ୍ୟ ସହିତ ଔଷଧ ଆଦି ସରକାରଙ୍କ ପକ୍ଷରୁ ଯୋଗଇ ଦେବାର ବ୍ୟବସ୍ଥା କରାଯାଇଛି। ମାତ୍ର ଏରସମା ବ୍ଲକ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗର୍ଭବତୀଙ୍କ ପାଇଁ ଉଦ୍ଦିଷ୍ଟ ଆଇରନ ବଟିକା ସେମାନଙ୍କୁ ଦିଆ ନ ଯାଇ ବ୍ଲକ ପରିସରରେ ଦରପୋଡ଼ା ଅବସ୍ଥାରେ ପଡ଼ିଥିବା ଦେଖାଯାଇଛି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏଏସ) ଓ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମହିଳା ଏବଂ ଶିଶୁଙ୍କ ସୁରକ୍ଷା ପାଇଁ ଖାଦ୍ୟ ଏବଂ ଔଷଧ ନିୟମିତ ବ୍ୟବଧାନରେ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି। ମାତ୍ର ଏରସମା ବ୍ଲକର ପଶ୍ଚିମପଟ ପାଚେରି ନିକଟରେ ଅନେକ ଆଇରନ ବଟିକା(ଫୋଲିକ ଏସିଡ ଆଣ୍ଡ ଫେରୋସ ସଲ୍‌ଫେଟ ଟାବ୍ଲେଟ୍‌ସ)ଗଦା ହୋଇଛି। ସେଥିରୁ ଅଧିକାଂଶ ଦରପଡ଼ା ଅବସ୍ଥାରେ ରହିଛି। ଏ ସମ୍ପର୍କରେ ଏରସମା ଶିଶୁ ବିକାଶ ଯୋଜନା ଅଧିକାରିଣୀ(ସିଡିପିଓ)ମଞ୍ଜୁଲତା ବେହେରାଙ୍କୁ ପଚାରିବାରୁ ତାହା ଆମର ନୁହେଁ। ଆମର ନୀଳ ରଙ୍ଗର ଆଇରନ ବଟିକା ବିଶୋରୀ ବାଳିକାମାନଙ୍କୁ ଦିଆଯିବାର ବ୍ୟବସ୍ଥା ଅଛି। ଆମ ଅଇରନ ବଟିକା ମଧ୍ୟ କିଛି ଦିନ ହେବ ସରିଯାଇଛି ବୋଲି କହିଥିଲେ। ବିଡିଓ କୈଳାସ ଚନ୍ଦ୍ର ବେହେରାଙ୍କୁ ପଚାରିବାରୁ ବ୍ଲକ ପକ୍ଷରୁ ଆଇରନ ବଟିକା ଦିଆଯିବାର ବ୍ୟବସ୍ଥା ନାହିଁ। ମାତ୍ର କେହି ଦୁର୍ବୃତ୍ତ ଏପରି କରିଥାଇପାରନ୍ତି। ତେଣୁ ଏହାର ତଦନ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?