ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ ଔଷଧ ଅଭାବ ପୂରଣରେ ଉନ୍ନତି ଦେଖା ଦେଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତଥାପି ଆମ୍ଫୋଟେରିସିନ ବି ଇଞ୍ଜେକ୍‌ଶନ କେନ୍ଦ୍ର ସରକାରଙ୍କ ରସାୟନ ଓ ରାସାୟନିକ ସାର ମନ୍ତ୍ରଣାଳୟ ଦ୍ୱାରା ଖରିଦ କରାଯାଉଛି। ଫଳରେ ରାଜ୍ୟର ରୋଗୀମାନଙ୍କୁ ଆବଶ୍ୟକତା ସମୟରେ ମିଳିପାରୁ ନାହିଁ। ରାଜ୍ୟରେ ବ୍ଲାକ୍‌ ଫଙ୍ଗସ ରୋଗ ପରିସ୍ଥିତିରେ ଉନ୍ନତି ଦେଖାଦେଇଛି। ଯଦିଓ ଏବେ ବି ଔଷଧ ପାଇଁ ଆମେ କେନ୍ଦ୍ର ସରକାରଙ୍କ ଉପରେ ନିର୍ଭର କରୁଛୁ ତେବେ ଅନ୍ୟ ସଂସ୍ଥା ଦ୍ୱାରା ମଧ୍ୟ ରାଜ୍ୟ ସରକାର ଔଷଧ କ୍ରୟ କରୁଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ରାଜ୍ୟରେ ମ୍ୟୁକୋରମାଇକୋସିସ୍‌ ମାମଲା ହ୍ରାସ ପାଇବାରେ ଲାଗିଛି। ଏହି ରୋଗ ପାଇଁ ସ୍ବତନ୍ତ୍ର ହସ୍ପିଟାଲର ବ୍ୟବସ୍ଥା କରାଯାଇଛି। ବ୍ଲାକ୍‌ ଫଙ୍ଗସ ରୋଗୀଙ୍କ ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ଭିମ୍‌ସାରଠାରେ ରାଜ୍ୟ ସରକାର ୩୦ ବେଡ୍‌ ଲେଖାଏ ବ୍ୟବସ୍ଥା କରିଛନ୍ତିି। ପ୍ରତ୍ୟେକ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଏଥିପାଇଁ ୪ଟି ବେଡ୍‌ ସଂରକ୍ଷିତ ରଖାଯାଇଛି ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଏ ପର୍ଯ୍ୟନ୍ତ ୮୨ ଜଣ ବ୍ଲାକ୍‌ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri