ବ୍ଲିଚିଂ ପାଣିରେ ହେଲା ବିଶୋଧନ

ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ ସିଞ୍ଚନ କରି ବିଶୋଧନ କରାଯାଉଛି। ଏହିକ୍ରମରେ ପରଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ରବିବାର ଡାକ୍ତରଖାନା ସମ୍ମୁଖ, ହାଇସ୍କୁଲ, ମୁଖ୍ୟବଜାରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ଅଧିକାରୀ ମଧୁସୂଦନ ଜେନାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବୁଦ୍ଧିଜୀବୀ ଏବଂ ବଣିକ ସଂଘର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ। ସେହିପରି ବ୍ଲକ ଅଞ୍ଚଳରେ ସୋମବାରଠାରୁ ସକାଳ ୬ଟାରୁ ୧୧ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଅପରାହ୍ନରେ ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିବ ବୋଲି ତହସିଲଦାର ଜୟନ୍ତ କୁମାର ଜୟ ସିଂ ସୂଚନା ଦେଇଛନ୍ତି ।
ସେହିପରି ଭୁବନ ଦମକଳ ବାହିନୀ ପକ୍ଷରୁ ଶନିବାର ଅଞ୍ଚଳର ପ୍ରମୁଖ ସ୍ଥାନଗୁଡିକୁ ବିଶୋଧନ କରାଯାଇଛି। ଏନଏସି କର୍ତ୍ତୃପକ୍ଷ ଏବଂ ତହସିଲଦାର ଶକ୍ତିକାନ୍ତ ରାଏଙ୍କ ଉପସ୍ଥିତିରେ ଡାକ୍ତରଖାନା, କାଳୀବଜାର ଓ ନୂଆବଜାରକୁ ବିଶୋଧନ କରାଯାଇଥିଲା। କରୋନା ସଂକ୍ରମଣ ରୋକିବାକୁ ଆଗାମୀ ଦିନରେ ଭୁବନକୁ ସମ୍ପୁର୍ଣ୍ଣ ଲକ୍‌ଡାଉନ୍‌ କରିବା ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri