ବ୍ୟକ୍ତିଗତ ହାଜର ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୪।୯: ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ସୋମବାର ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅଦାଲତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ଉତ୍ତର ଦିଆଯାଇନାହିଁ। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ.ଝାବେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆସନ୍ତା ୩୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି। ଏହି ଦିନ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ ହାଇକୋର୍ଟ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ ଆଇନଜୀବୀ ତଥା ସାମାଜିକ କର୍ମୀ ଚିତ୍ତରଞ୍ଜନ ମହାନ୍ତି ମାମଲା ରୁଜୁ କରିଥିଲେ। ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି, ବିଭିନ୍ନ ଜିଲାର ସ୍ବାସ୍ଥ୍ୟକେନ୍ଦ୍ରରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯାଉନାହିଁ। ଅଧିକାଂଶ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପାନୀୟଜଳ ସମସ୍ୟା ରହିଥିବାବେଳେ ଶୌଚାଳୟ ସୁବିଧା ନାହିଁ। ଏହି ସବୁ ସ୍ବାସ୍ଥ୍ୟକେନ୍ଦ୍ରରେ ଅଲଟ୍ରାସାଉଣ୍ଡ ମେଶିନ ନ ରହିବା, ଭିତ୍ତିଭୂମି ବିକାଶ ପାଇଁ ଏମ୍‌ପି ଲ୍ୟାଡ୍‌ରୁ ମିଳୁଥିବା ଅର୍ଥ ଖର୍ଚ୍ଚ ନ ହେବା ସମ୍ପର୍କରେ ପିଟିଶନରେ ଦର୍ଶାଯାଇଛି। ପୂର୍ବରୁ ଅର୍ଥାତ୍‌ ଗତ ଅଗଷ୍ଟ ୫ରେ ହୋଇଥିବା ଶୁଣାଣିବେଳେ ହାଇକୋର୍ଟ ରାଜ୍ୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ କରାଯିବା ସମ୍ପର୍କରେ ଜବାବ ରଖିବାକୁ କହିଥିଲେ। ସୋମବାର ବିଭାଗ ପକ୍ଷରୁ ଏହି ଜବାବ ଦାଖଲ କରିବାକୁ ହାଇକୋର୍ଟ କହିଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି ଜବାବ ଦିଆଯାଇନାହିଁ। ବିଭାଗର ଏଭଳି ଖାମଖିଆଲ ନୀତି ପାଇଁ ହାଇକୋର୍ଟ ବିରକ୍ତିଭାବ ପ୍ରକାଶ କରିବା ସହ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri