ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

କୁଜଙ୍ଗ,୧୮ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଗୋପିଆକୁଦ ପଞ୍ଚାୟତ ବେଦାପାଟ ଗ୍ରାମର ପବିତ୍ର ଓଝା(୪୫)ଙ୍କ ସୋମବାର ରାତିରେ ସନ୍ଦେହଜନକ ମୃତ୍ୟୁଘଟିଛି। ମାତ୍ର ପବିତ୍ରଙ୍କୁ ଖାଦ୍ୟରେ ବିଷଦେଇ ତାଙ୍କ ବଡ଼ ଭାଉଜ ଶରଳା, ଭାଇ ନିରଞ୍ଜନ ଓ ମା’ ମାଳତୀ ହତ୍ୟା କରିଥିବା ପବିତ୍ରଙ୍କ ସ୍ତ୍ରୀ ସବିତା ଅଭିଯୋଗ କରିଛନ୍ତି। ତେଣୁ ଏମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ଦାବିରେ ମଙ୍ଗଳବାର ରାସ୍ତାରୋକୋ କରାଯାଇଥିଲା। ପୋଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।
ଅଭିଯୋଗ ଅନୁସାରେ, ପବିତ୍ରଙ୍କୁ ତାଙ୍କ ବଡ଼ଭାଇ, ଭାଉଜ ଓ ମା’ ଜମି ଭାଗବଣ୍ଟା ସମ୍ପର୍କରେ କଥା ହେବାକୁ ଡାକିଥିଲେ। ପବିତ୍ର ଭାଇଙ୍କ ଘରକୁ ଯାଇ ଆଲୋଚନା କରି ରାତି ୧୦ଟାରେ ଫେରିଥିଲେ। ଭାଇଙ୍କ ଘରେ ଖାଇକରି ଆସିଛି ଆଉ ଖାଇବି ନାହିଁ କହି ଶୋଇ ଯାଇଥିଲେ। ଶୋଇବାର ଅଧଘଣ୍ଟା ପରେ ପବିତ୍ରଙ୍କ ବାନ୍ତି ହେବାରୁ ତାଙ୍କୁ କୁଜଙ୍ଗ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର ପବିତ୍ରଙ୍କୁ ପଟାସ ପାଣି ପିଆଇବା ସମୟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଡାକ୍ତରଖାନା ସୂତ୍ରରୁ ଖବର ପାଇ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ଥାନା ପକ୍ଷରୁ ୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ପବିତ୍ରଙ୍କ ପରିବାର ମଙ୍ଗଳବାର କ୍ଷତିପୂରଣ ଓ ହତ୍ୟାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକରି ଶାଗରରୋଡ ଷଣ୍ଢଛକଠାରେ ମୃତଦେହ ରଖି ପ୍ରାୟ ତିନି ଘଣ୍ଟା ରାସ୍ତାରୋକୋ କରିଥିଲେ। ଅପରାହ୍ନ୨ଟାରେ ତହସିଲଦାର ପ୍ରଭାଶ ବେଉରା, କୁଜଙ୍ଗ ଥାନା ଅଧିକାରୀ ଦିଲୀପ ସାହୁ, ସରପଞ୍ଚ ନନ୍ଦିନୀ ପଣ୍ଡା, ଜିଲା ପରିଷଦ ସଭ୍ୟା ଶୁଶ୍ରୀପ୍ରିୟଦର୍ଶିନୀ ପ୍ରମୁଖ ପହଞ୍ଚତ୍ ବୁଝାଶୁଝା କରିବା ସହ ପରିବାର ବର୍ଗଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ଦୁଇ ହଜାର ଟଙ୍କା ପ୍ରଦାନ କରିଥିଲେ। ରେଡ୍‌କ୍ରସ୍‌ ପାଣ୍ଠି ଓ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ଯୋଗାଇ ଦେବାପାଇଁ ତହସିଲଦାର ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତଦନ୍ତ ପରେ ଜଣା ପଡିବ ବୋଲି ଥାନା ଅଧିକାରୀ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri