ବ୍ୟବଚ୍ଛେଦ ଗୃହରୁ କାଜୁଆଲଟି

ଅନୁଗୋଳ ଅଫିସ୍‌, ୫।୨ – ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଣାଯାଇଥିବା ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲେ ବି ପରିବାର ଲୋକେ ମହିଳାଜଣକ ବଞ୍ଚିଥିବା ଭାବି ୨ଥର ବ୍ୟବଚ୍ଛେଦ ଗୃହରୁ କାଜୁଆଲଟିକୁ ଫେରାଇ ଆଣିଥିଲେ। ଏପରି କି ଡାକ୍ତର ଭଲ ଭାବେ ଦେଖୁ ନ ଥିବା ଅଭିଯୋଗ କରି ସେମାନେ ତାତି ଯାଇଥିଲେ। ଖବରପାଇ ଅନୁଗୋଳ ପୋଲିସ ଓ ଏଡିଏମ୍‌ଓ (ମେଡିକାଲ) ଡାକ୍ତର ପ୍ରତାପ ବେହେରା କାଜୁଆଲିଟିରେ ପହଞ୍ଚି ବୁଝାଶୁଝା କରିବା ପରେ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ କରାଇଥିଲେ।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଛେଣ୍ଡିପଦା ଥାନା ମାମୁରିଆ ଅଞ୍ଚଳର ହୀରା ମଲିକ(୫୫)ଙ୍କ ଉଚ୍ଚ ରକ୍ତଚାପ ଥିବାରୁ ଡାକ୍ତରଙ୍କ ପରାମର୍ଶ ଅନୁସାରେ ପରିବାର ଲୋକେ ଏକ ମେଶିନ କିଣି ଆବଶ୍ୟକ ବେଳେ ତାଙ୍କ ପଲ୍ସ ମାପୁଥିଲେ। ମଙ୍ଗଳବାର ଭୋର୍‌ ସମୟରେ ହଠାତ୍‌ ହୀରାଙ୍କ ରକ୍ତ ଚାପ ବଢ଼ିବା ସହ ହୃଦ୍‌ଘାତ ହୋଇଥିଲା। ଗୁରୁତର ଅବସ୍ଥାରେ ପୁଅ ରାଜେଶ ପ୍ରସାଦ ମଲିକ ଓ ଅନ୍ୟମାନେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଆସିଥିଲେ। ହେଲେ ଡାକ୍ତର ହୀରାଙ୍କୁ ମୃତ ଘୋଷଣା କରି ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇ ଦେଇଥିଲେ। ଏହି ସମୟରେ ପରିବାର ଲୋକେ ଆଣିଥିବା ପଲ୍ସ ମେଶିନ୍‌ କାର୍ଯ୍ୟ କରୁଥିବାରୁ ହୀରା ବଞ୍ଚିଥିବା ଭାବି ତାଙ୍କୁ କାଜୁଆଲଟି ଫେରାଇ ଆଣିବା ସହ ଠିକ୍‌ ଭାବେ ଡାକ୍ତର ଦେଖୁ ନ ଥିବା ଅଭିଯୋଗ କରିଥିଲେ। ଡାକ୍ତର ପୁନଃ ଯାଞ୍ଚ ପରେ ହୀରା ମୃତ ବୋଲି କହି ବ୍ୟବଚ୍ଛେଦ କରିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ଉକ୍ତ ପଲ୍ସ ମେଶିନ ଯୋଗୁ ହୀରା ବଞ୍ଚିଥିବା ପୁଣି ଦାବି କରି ପରିବାର ଲୋକେ ତାଙ୍କୁ କାଜୁଆଲଟିକୁ ଆଣିଥିଲେ। ଏହାକୁ ନେଇ ଡାକ୍ତରଖାନା ପରିସରରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ପୋଲିସ ଓ ଏଡିଏମ୍‌ଓ ମେଡିକାଲରେ ପହଞ୍ଚି ବୁଝାଶୁଝା କରିଥିଲେ। ନିଜେ ଏଡିଏମ୍‌ଓ ବେହେରା ଯାଞ୍ଚ କରିବା ସହ ହୀରାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏ ସମ୍ପର୍କରେ ଏଡିଏମ୍‌ଓ ବେହେରା କହିଛନ୍ତି, ମୃତ୍ୟୁ ପରେ ବି କିଛି ସମୟ ପର୍ଯ୍ୟନ୍ତ ପଲ୍ସ ମେଶିନ ସାମାନ୍ୟ କାର୍ଯ୍ୟ କରିଥାଏ। ଏହାକୁ ନେଇ ହୀରାଙ୍କ ପରିବାର ଲୋକେ ସନ୍ଦେହରେ ପଡ଼ିଥିଲେ। ତେବେ ବୁଝାଶୁଝା ପରେ ସେମାନେ ମୃତଦେହ ବ୍ୟବଚ୍ଛେଦ କରାଇଥିଲେ ବୋଲି ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri