ଅନୁଗୋଳ ଅଫିସ, ୨୨।୬ – ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟକୁ ଛଡ଼ାଯିବାରୁ ନୂତନ ଶବ ବ୍ୟବଚ୍ଛେଦ ଗୃହରେ ପାଣି ପଶି ଯାଇଥିଲା। ଏ ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହେବା ପରେ ସେ ଘଟଣାସ୍ଥଳକୁ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ତଦାରଖ ପାଇଁ ପଠାଇଥିଲେ। ଉପଜିଲାପାଳ ପୌରପାଳିକା ଏମ୍ଇ ଓ ଆରଆଣ୍ଡବିର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ଧରି ଘଟଣାସ୍ଥଳକୁ ଯିବା ପରେ ପୌରପାଳିକା ଏମ୍ଇଙ୍କ ନିର୍ଦ୍ଦେଶରେ ପାଣି ଡାକ୍ତରଖାନା ପରିସରକୁ ଛଡ଼ାଯାଇଥିବା ଜାଣି ଅସନ୍ତୋଷ ପ୍ରକାଶ କରିଥିଲେ। ଏମ୍ଇଙ୍କ ଉପରେ ଉପଜିଲାପାଳ ବିରକ୍ତି ହେବା ସହ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆର ଆଣ୍ଡ ବି ପକ୍ଷରୁ ମେଡିକାଲ ପରିସରରେ କାର୍ଯ୍ୟ ଚାଲୁଥିବାରୁ ଏକ ଅସ୍ଥାୟୀ ଡ୍ରେନ କରାଯାଇ ମାଛ ମାର୍କେଟକୁ ଡେଲି ମାର୍କେଟ ପାଣି ଛଡ଼ାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଏ ନେଇ ୮୦ ଲକ୍ଷ ଟଙ୍କାର ଟେଣ୍ଡର ମଧ୍ୟ କରାଯିବ ବୋଲି ପୌରପ୍ରଶାସନ ପକ୍ଷରୁ କୁହାଯାଇଛି। ଏହାପରେ ଡେଲି ମାର୍କେଟ ପରିଦର୍ଶନରେ ଉପଜିଲାପାଳ ଯାଇଥିଲେ। ସେଠାରେ ମଧ୍ୟ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ଥିବାବେଳେ ବ୍ୟବସାୟୀଙ୍କ ପାଇଁ ହୋଇଥିବା ଗୃହଗୁଡ଼ିକ ବେହାଲ ହୋଇପଡ଼ିଥିବା ଦେଖିବାକୁ ପାଇଥିଲେ। ତୁରନ୍ତ ଏହାର ମରାମତି କରିବା ସହ ସୁସ୍ଥ ବାତାବରଣ ସୃଷ୍ଟି କରିବାକୁ ଉପଜିଲାପାଳ ଶତପଥୀ ପୌରପାଳିକା ଏମ୍ଇଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ଅସ୍ଥାୟୀ ଡ୍ରେନ୍ରେ ମେଡିକାଲ ଦେଇ ଡେଲି ମାର୍କେଟ ପାଣି ମାଛ ମାର୍କେଟକୁ ଯିବାର ବ୍ୟବସ୍ଥା ହୋଇଥିବାବେଳେ ପରେ ଅଣ୍ଡରଗ୍ରାଉଣ୍ଡ ଡ୍ରେନ କରାଯିବାର ବ୍ୟବସ୍ଥା ରହିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
Archives

