ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ ବ୍ୟବସାୟୀଙ୍କୁ ଅପହରଣ କରି ନେଉଥିବା ବେଳେ ବାଣୀବିହାର ଓଭରବ୍ରିଜ ନିକଟରେ ସେମାନଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଠାରେ ପୋଲିସ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ କାର୍‌ ଛାଡ଼ି ଫେରାର ହୋଇଯାଇଥିଲେ। ମାତ୍ର ପୋଲିସ ବ୍ୟବସାୟୀ ଶିବ ଶୁନ୍ଦର ଦାସଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ଏଥିସହ ଦୁର୍ବୃତ୍ତ ଛାଡ଼ି ପଳାଇଥିବା ଗାଡ଼ିଗୁଡ଼ିକୁ ଜବତ କରିଥିଲା। ସେଥିରୁ ୨ଟି ବନ୍ଧୁକ ସହ ମାରଣାସ୍ତ୍ର ଜବତ ହୋଇଛି। ଏ ନେଇ ଶିବ ସୁନ୍ଦର ନୟାପଲ୍ଲୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ବ୍ୟବସାୟୀକ ଶତ୍ରୁତାକୁ ନେଇ ଶିବ ସୁନ୍ଦର ଓ ତାଙ୍କର ଜଣେ ସମ୍ପର୍କୀୟଙ୍କ ମଧ୍ୟରେ କିଛି ଦିନ ଧରି ତିକ୍ତତା ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ଘର ସମ୍ମୁଖରୁ ଶିବ ସୁନ୍ଦରଙ୍କୁ ଜୋର ଜବରଦସ୍ତ କାର୍‌ରେ ପୂରାଇ ଅପହରଣ କରି ନେଉଥିଲେ। ମାତ୍ର ବାଣୀବିହାର ଓଭରବ୍ରିଜ୍‌ ଉପରେ ପିସିଆର୍‌ ଭ୍ୟାନ ଛିଡ଼ା ହୋଇଥିବା ଦେଖି ସେମାନେ ଗାଡ଼ିର ବେଗ ବଢ଼ାଇଥିଲେ। ଫଳରେ ସେଠାରେ ସିରିଜ୍‌ ଦୁର୍ଘଟଣା ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଅପହରଣକାରୀ ସେଠାରୁ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri