ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍‌ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍‌ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି. ହାଡୁ ପାତ୍ରଙ୍କ ଅଭିଯୋଗ କ୍ରମେ ୮୫/୨୦ରେ ଏକ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଛି। ଲୁଟେରାମାନେ ଗଣେଶ ନଗରର ପ୍ରଦୀପ ସାହୁ ଓ ତାଙ୍କ ସହଯୋଗୀ ହଳଦିଆପଦରର କାଳିଆ ସାହୁ ବୋଲି ପୋଲିସ ଚିହ୍ନଟ କରିଛି। ପୂର୍ବରୁ ଏକ ଆକ୍ରମଣ ଘଟଣାରେ ପ୍ରଦୀପ ସାହୁ ଗିରଫ ହୋଇ ଜେଲ ଯାଇଥିଲେ। ନିକଟରେ ସେ ଜେଲରୁ ଜାମିନରେ ଆସି ପୁଣି ଥରେ ଅପରାଧ ଘଟାଇଛନ୍ତି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଅପରାଧୀମାନଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri