ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା

କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ  ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ କୁମାର ବେହେରା ସିମେଣ୍ଟ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଏହି ଘଟଣା ଘଟିଛ। ଏହି ସମୟରେ ସାଇମନ୍ଦିର ନିକଟସ୍ଥ ରେଲୱେ ଓଭରବ୍ରିଜ ପାଖରେ ଝାଡ଼ଖଣ୍ଡ ନମ୍ବର ଥିବା ଏକ ପଲସରରେ ଦୁଇଜଣ ଯୁବକ ଆସି ବନ୍ଧୁକ ଦେଖାଇ ଦିଲୀପଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲେ। ବନ୍ଧୁକ ଦେଖି ସେ ଭୟଭୀତ ହୋଇ ମଟରସାଇକେଲଟିକୁ ଅଟକାଇଥିଲେ। ଜଣେ ଯୁବକ ଦିଲୀପଙ୍କ ପେଟରେ ଏକ ଧାରୁଆ ଅସ୍ତ୍ର ଲଗାଇବା ସହ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ମାଗିଥିଲେ। ସେ ଟଙ୍କା ନାହିଁ କହିବାରୁ ଜୋର ଜବରଦସ୍ତି ପାଖରେ ଥିବା ୧୫ହଜାର ଟଙ୍କା ସହ ମୋବାଇଲ ଛଡ଼ାଇ ନେଇଥିଲେ।  ପରେ ଦିଲୀପଙ୍କ ହାତ ଓ ପେଟକୁ ଧାରୁଆ ଅସ୍ତ୍ରରେ ଆଘାତ ଦେଇ ଘଟଣାସ୍ଥଳରୁ ଲୁଟେରାମାନେ ଦୃତଗତିରେ ପାଟଣା ରାସ୍ତାରେ ପଳାଇଥିଲେ।  ଦିଲୀପଙ୍କ ପଛରେ ଥିବା ଗ୍ରାମର ବ୍ୟବସାୟୀମାନେ ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବାର ଜଣାପଡ଼ିଛି । ଚିକିତ୍ସା ପରେ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଚାଲିଥିବା ଟାଉନ ଥାନାଧିକାରୀ ସୋମନାଥ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri