ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌: ଲୁଟିନେଲେ ୯ଭରି ସୁନା ଅଳଙ୍କାର

ସୋରଡା,୧୮ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଆସିକା ଏସ୍‌ଡିପିଓ ଓ ବଡଗଡ ଥାନା ଅଧିକାରୀ ସଦଳବଳ ପହଞ୍ଚତ୍ ତଦନ୍ତ ଚଳାଇଥିଲେ ମଧ୍ୟ ଲୁଟେରାଙ୍କ ଟେର୍‌ ପାଇନାହାନ୍ତି। ପ୍ରାୟ ସାଢେ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଥିବା ବ୍ୟବସାୟୀ କେ. ସୀମାଦ୍ରି ପାତ୍ର କହିଛନ୍ତି। ପ୍ରକାଶ ଯେ, ବଡଗଡ ବଡଦାଣ୍ଡରେ ସୀମାଦ୍ରିଙ୍କ ଘର। ଘରର ଆଗପଟେ ଲୁଗା ସେ ଦୋକାନ କରିଥିବାବେଳେ ପଛପଟେ ସ୍ତ୍ରୀ ଗୀତାଞ୍ଜଳୀଙ୍କ ସହ ରୁହନ୍ତି। ସୋମବାର ସନ୍ଧ୍ୟାରେ ସେ ଦୋକାନରେ ବସିଥିବାବେଳେ ପଛପଟେ ଥିବା ଠାକୁର ଘରେ ସ୍ତ୍ରୀ ପୂଜା କରୁଥିଲେ। ୩ ଜଣ ଯୁବକ ଦୋକାନକୁ ଆସି ଲୁଗା ଦେଖାଇବାକୁ ସୀମାଦ୍ରିଙ୍କୁ କହିଥିଲେ। ସେ ଲୁଗା ଦେଖାଇବାବେଳେ ଯୁବକମାନେ ଭିତର ପଟୁ ଦୋକାନ କବାଟ ବନ୍ଦ କରି ଦେଇଥିଲେ। ପରେ ଦୋକାନ ପଛରେ ଥିବା ଘରକୁ ନେଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ସୀମାଦ୍ରିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ବେକରୁ ସୁନା ଚେନ୍‌, ହାତରୁ ଏକ ମୁଦି ବାହାର କରି ନେଇଥିଲେ। ଠାକୁର ଘରକୁ ଯାଇ ପୂଜା କରୁଥିବା ଗୀତାଞ୍ଜଳୀଙ୍କୁ ବନ୍ଧୁକ ଦେଖାଇ ସେ ପିନ୍ଧିଥିବା ୨ଟି ସୁନାଚେନ୍‌, ଗୋଟିଏ ହାତମୁଦି, ଏକ ସୁନା ଲକେଟ, ହାତରୁ ୨ପଟ ସୁନା ଚୁଡି ବାହାର କରିନେଇଥିଲେ। ଫୋନରେ ଜଣେ ଯୁବକ ବାହାରେ ଥିବା ସାଥୀଙ୍କୁ ଗାଡି ଷ୍ଟାର୍ଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଦୁର୍ବୃତ୍ତମାନେ ବାହାରକୁ ଆସି କେଉଁଆଡେ ଚାଲି ଯାଇଥିଲେ। ସୀମାଦ୍ରି ଓ ଗୀତାଞ୍ଜଳୀ ବାହାରକୁ ଆସି ପାଟି କରିବାରୁ ଲୋକେ ପଡୋଶୀ ପହଞ୍ଚତ୍ୟାଇଥିଲେ। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଏବଂ ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ଖବର ଲେଖାହେବା ସୁଦ୍ଧା ପୋଲିସ ତଦନ୍ତ ଚଳାଇଛି। ଲୁଟ୍‌ ସୁନା ଅଳଙ୍କାରର ମୂଲ୍ୟ ପ୍ରାୟ ସାଢେ ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି ସୀମାଞ୍ଚଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri