ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା ଦାସ, ମନୋଜ ଦାସ, କାଳିଆ ଦାସ ଓ ଧୀରେନ୍ଦ୍ର ଦାସ। ମାମଲା ନଂ.୨୪୪/୧୯ରେ ଅଭିଯୁକ୍ତମାନଙ୍କୁ ରବିବାର କୋର୍ଟ ଚାଲାଣ କରଯାଇଛି। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଘଟଣାରୁ ପ୍ରକାଶ, ନିମଖଣ୍ଡିର ଗୋପାଳ ସାହୁ ଏକ ଖାଲି ଫ୍ୟାକ୍ଟ୍ରି କରିଛନ୍ତି। ସେ ଶନିବାର ରାତି ପ୍ରାୟ ୧୦ଟାରେ ନିମଖଣ୍ଡି ଛକରେ ଥିବା ଏକ ଫାଷ୍ଟ ଫୁଡ଼ ଦୋକାନ ନିକଟରେ ଛିଡା ହୋଇଥିଲେ। ସେଠାରେ ପୂର୍ବରୁ ଛିଡା ହୋଇଥିବା କେତେକ ଯୁବକ ଗୋପାଳଙ୍କ ସହ କୌଣସି କାରଣକୁ କେନ୍ଦ୍ର କରି ଝଗଡା କରିଥିଲେ। ପରେ ଯୁବକମାନେ ବିଭିନ୍ନ ମାରଣାସ୍ତ୍ରରେ ଗୋପାଳଙ୍କୁ ମରଣାନ୍ତକ ଆକ୍ରମଣ କରି ଚମ୍ପଟ ମାରିଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋପାଳଙ୍କୁ ଏଭଳି ଆକ୍ରମଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri