ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)-
ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍ ବର୍ଜନ ନେଇ ସହରରେ ଶୋଭାଯାତ୍ରା କରି ବ୍ୟବସାୟୀ, ଖାଉଟିଙ୍କୁ ସଚେତନ କରୁଛନ୍ତି। ଶୋଭାଯାତ୍ରାରେ ଜିଲାପାଳ, ଏସ୍ପି, ଡିଏଫ୍ଓ, ପୌର ନିର୍ବାହୀ ଅଧିକାରୀ ଅଂଶଗ୍ରହଣ କରୁଛନ୍ତି। ଜନସାଧାରଣ କେତେକାଂଶରେ ସଚେତନ ହୋଇଥିଲେ ମଧ୍ୟ ବ୍ୟବସାୟୀ ମାନଙ୍କ ବେପରୁଆ ମନୋଭାବ ଯୋଗୁ ମୁଖ୍ୟ ରାସ୍ତା କଡ଼ରେ ଜରି, ପଲିଥିନ୍ ଏବଂ ଅଦରକାରୀ କ୍ଷତିକାରକ ପ୍ଲାଷ୍ଟିକ ସାମଗ୍ରୀ ପକାଉଛନ୍ତି। ଏନେଇ ସହରବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପୃକ୍ତ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହେଉଛି। ମାଲକାନଗିରି ବସ୍ଷ୍ଟାଣ୍ଡ ପରିସରରେ ଥିବା ଏକ ଅସ୍ଥାୟୀ କଲିକତା ବିଗ୍ ବଜାର ଅଦରକାରୀ ଜରି ମୁଣା ଏବଂ ପ୍ଲାଷ୍ଟିକ ବସ୍ତୁ ବସଷ୍ଟାଣ୍ଡ ପରିସରରେ ଗଦା କରୁଛି। ସେହିପରି ଟେଲିଫୋନ ଭବନ ସାମନାରେ ମଧ୍ୟ ଏପରି କୁଢକୁଢ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବସାୟୀମାନେ ଗଦା କରୁଛନ୍ତି। ସକାଳେ ବୁଲା ଗୃହପାଳିତ ପ୍ରାଣୀମାନେ ଏହିସବୁ ସାମଗ୍ରୀ ଖାଉଥିବାର ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ଏମ୍. ନୀଳକଣ୍ଠ ନାଇଡୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସହରର ବ୍ୟବସାୟୀଙ୍କୁ ଏନେଇ ବାରମ୍ବାର ତାଗିଦ କରାଯାଇଛି। ଆଗାମୀ ଦିନରେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ା
Posted inHome Left, ମାଲକାନଗିରି, ରାଜ୍ୟ View All
ଏଇ ଭାରତରେ
ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…
ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ
ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…
ରହସ୍ୟଘେରରେ ନିଖୋଜ ଶିଶୁ
ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି…
କଥା ଓ କାମରେ ପ୍ରଭେଦ
ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ…
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ
ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…
ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ
ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍ଆଉଟ ଆଟ୍ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ…
ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍ପି
ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…
ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

