ବ୍ୟାଗ୍‌ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍‌ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍‌ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି ସ୍କ୍ବାଡ୍‌ ସ୍କୁଲ ଯାଇ ପିଲାମାନଙ୍କ ବ୍ୟାଗ୍‌ ଯାଞ୍ଚ କରିଥିଲେ। ଜିଲା ଶିକ୍ଷାଧିକାରୀ ବୃନ୍ଦାବନ ଶତପଥୀ ଓ ଡିପିସି ଅମିତା ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ୨ଟି ସ୍କ୍ବାଡ୍‌ର ୧୦ଜଣ ସଦସ୍ୟ ବୁଧବାର ରାଜଧାନୀର ବିଭିନ୍ନ ସ୍କୁଲ ପରିଦର୍ଶନ କରିଥିଲେ। ଅଧିକାଂଶ ସ୍କୁଲରେ ପିଲାମାନଙ୍କ ବ୍ୟାଗ୍‌ର ଓଜନ ନିର୍ଦ୍ଧାରିତ ଓଜନଠାରୁ ବହୁ ଅଧିକ ଥିବା ଦେଖାଯାଇଥିଲା। ଏଥିସହିତ କୌଣସି ଘରୋଇ ବିଦ୍ୟାଳୟ ଏସ୍‌ସିଇଆର୍‌ଟି/ଏନ୍‌ସିଇଆର୍‌ଟି ପୁସ୍ତକ ବ୍ୟବହାର କରୁନାହାନ୍ତି। ଏ ସମ୍ପର୍କରେ ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି ଯେ, ଭୁବନେଶ୍ୱର ବ୍ଲକ୍‌ରେ ୫୦୦ସ୍କୁଲକୁ ୨ଟି ସ୍କ୍ବାଡ୍‌ ଗଠନ କରିବା ଧର୍ମକୁ ଆଖିଠାର ମାରିବା ଭଳି। ଏତେ ସଂଖ୍ୟକ ସ୍କୁଲ ପାଇଁ ଅତି କମ୍‌ରେ ୬ଟି ସ୍କ୍ବାଡ୍‌ ଆବଶ୍ୟକ। ନ ହେଲେ ଆସନ୍ତା ୩୦ତାରିଖ ସୁଦ୍ଧା ସମସ୍ତ ସ୍କୁଲକୁ ପରିଦର୍ଶନ କରି ରିପୋର୍ଟ ଦେଇ ହେବନି ବୋଲି ସେ କହିଛନ୍ତି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କୌଣସି ବିଦ୍ୟାଳୟ ଏନ୍‌ସିଇଆର୍‌ଟିର ପୁସ୍ତକ ବ୍ୟବହାର କରୁନାହାନ୍ତି। ତେଣୁ ଏହା ବିରୋଧରେ ସରକାର ତୁରନ୍ତ ପଦକ୍ଷେପ ନେବା ଉଚିତ ବୋଲି ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି।
ନିୟମାନୁସାରେ ପ୍ରଥମରୁ ଦ୍ୱିତୀୟ ଶ୍ରେଣୀ ପିଲାଙ୍କ ବ୍ୟାଗ୍‌ ଓଜନ ୧.୫ କେଜି ରହିବ। ସେହିପରି ତୃତୀୟରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ୨.୩କେଜି, ଷଷ୍ଠରୁ ସପ୍ତମ ଶ୍ରେଣୀର ୪କେଜି, ଅଷ୍ଟମ ଓ ନବମ ଶ୍ରେଣୀର ୪.୫କେଜି ଓ ଦଶମ ଶ୍ରେଣୀ ପିଲାଙ୍କ ସ୍କୁଲ ବ୍ୟାଗ୍‌ ୫କେଜି ରହିବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସ୍କୁଲ ବ୍ୟାଗ୍‌ର ଓଜନ ହ୍ରାସକୁ କଡ଼ାକଡ଼ି ପାଳନ କରିବାକୁ ପୂର୍ବରୁ ସବୁ ଜିଲାପାଳ, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଥିଲା। ପିଲାଙ୍କ ସ୍କୁଲ ବ୍ୟାଗ୍‌ର ଧାର୍ଯ୍ୟ ଓଜନ ଏବଂ ନିର୍ଦ୍ଧାରିତ ବହି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସିବିଏସ୍‌ଇ ଓ ଆଇସିଏସ୍‌ଇ ବୋର୍ଡ ଦ୍ୱାରା ପରିଚାଳିତ କିଛି ସ୍କୁଲରେ ପିଲାମାନେ ଅତ୍ୟଧିକ ଓଜନର ବ୍ୟାଗ୍‌ ଧରି ସ୍କୁଲ ଯାଉଛନ୍ତି ଏବଂ ଏସ୍‌ସିଇଆର୍‌ଟି/ଏନ୍‌ସିଇଆର୍‌ଟି ପୁସ୍ତକ ପଢ଼ିବାକୁ କୁହାଯାଉଥିଲେ ବି ଏହି ନିୟମ ପାଳନ କରାଯାଉନି। ତେଣୁ ନିୟମକୁ କଡ଼ାକଡ଼ି କରିବାକୁ ଜିଲାସ୍ତରରେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରି ଅଚାନକ ଚଢ଼ାଉ ପାଇଁ ବିଭାଗ ନିର୍ଦ୍ଦେଶ ଦେଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଖୋର୍ଦ୍ଧା ଜିଲାପାଳ ସ୍କୁଲ ବ୍ୟାଗ୍‌ ଯାଞ୍ଚ କରିବା ପାଇଁ ୩ ଜିଲାସ୍ତରୀୟ ସ୍କ୍ବାଡ୍‌ ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?