ବ୍ୟାଙ୍କରୁ ଚୋରି ଉଦ୍ୟମ ପଣ୍ଢ, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ୍‌, ୨୪।୧:ଜଗତ୍‌ସିଂପୁର ବ୍ଲକ ଶାଳଜଙ୍ଗ ସିଣ୍ଡିକେଟ୍‌ ବ୍ୟାଙ୍କରୁ ବୁଧବାର ରାତିରେ ହୋଇଥିବା ଚୋରି ଉଦ୍ୟମ ପଣ୍ଡ ହୋଇଛି। ଖବରପାଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ସମେତ ଗ୍ରାମବାସୀ ସେଠାରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ପୁରଣ ଗ୍ରାମର ସ୍ବାଧୀନ ଦାସ। ବ୍ୟାଙ୍କ ଶାଖା ପରିଚାଳକ ତଥା ସ୍ଥାନୀୟ ଅଳସୁଧାର ଦେବାଶିଷ ବେହେରାଙ୍କ ଅଭିଯୋଗକ୍ରମେ ଜଗତ୍‌ସିଂହପୁର ପୋଲିସ ୨୯/୨୦ ନଂ.ରେ ମାମଲା ରୁଜୁ କରିବା ସହ ଗୁରୁବାର ସ୍ବାଧୀନଙ୍କୁ କୋର୍ଟ ଚାଲାଣ କରିଛି।
ଅଭିଯୋଗ ମୁତାବକ, ରାତି ପ୍ରାୟ ୧୧ଟା ୫୦ରେ ବ୍ୟାଙ୍କ ଭିତରେ କେହି ପଶିଥିବା ଦେଖି ଜେନେରେଟର ଚାଳକ ପ୍ରତାପ କୁମାର ବେହେରା ଶାଖା ପରିଚାଳକଙ୍କୁ ଖବର ଦେଇଥିଲେ। ସେଠାରେ ପହଞ୍ଚତ୍ବା ପରେ ବ୍ୟାଙ୍କ କମ୍ପ୍ୟୁଟର ସର୍ଭିସ ରୁମ୍‌ର ପଛ ପଟ ଝରକା ତଡ଼ାଯାଇଥିବା ଦେଖାଯାଇଥିଲା। ଏଥିସହ ସେଠାରେ ଝରକା ତାଡିବା ପାଇଁ ବ୍ୟବହୃତ ଶାବଳ ଓ ଅନ୍ୟ ଯନ୍ତ୍ରପାତି ଏକ ବ୍ୟାଗରେ ପଡ଼ିଥିଲା। ଏହାପରେ ଗ୍ରାମବାସୀଙ୍କ ସହଯୋଗରେ ବ୍ୟାଙ୍କ ଭିତରୁ ଅଭିଯୁକ୍ତଙ୍କୁ କାବୁ କରାଯାଇଥିଲା ବୋଲି ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ସେଠାରେ ପହଞ୍ଚତ୍ ସ୍ବାଧୀନଙ୍କୁ ଗିରଫ କରିବା ସହ ଝରକା ତାଡ଼ିବା ପାଇଁ ବ୍ୟବହୃତ ସାମଗ୍ରୀକୁ ଜବତ କରିଥିଲା। ଏ ସମ୍ପର୍କରେ ଜଗତ୍‌ସିଂହପୁର ଥାନା ଆଇଆଇସି ରଜନୀକାନ୍ତ ମିଶ୍ର କହିଛନ୍ତି, ପୂର୍ବରୁ ସ୍ବାଧୀନଙ୍କ ନାମରେ ଜଗତ୍‌ସିଂହପୁର ଥାନାରେ ୬ଟି ମାମଲା ରହିଛି। ଏହାବାଦ୍‌ କଟକ, ଭୁବନେଶ୍ୱରରେ ମାମଲା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri