ବ୍ୟାଙ୍କରୁ ଲୁଟ୍‌ ଉଦ୍ୟମ ବିଫଳ: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍‌ ଟିମ୍‌

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିହା ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଝରକା ଗ୍ରୀଲ୍‌ ଭାଙ୍ଗି ରବିବାର ରାତିରେ ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଥିବା ଜଣାପଡ଼ିଛି। ସୋମବାର ଏହି ଘଟଣା ଜଣାପଡ଼ିବା ପରେ ବସ୍ତା ଏସ୍‌ଡିପିଓ ଜଳନ୍ଧର ଜାଲି, ଆଇଆଇସି ଧନେଶ୍ୱର ସାହୁ, ଏଏସ୍‌ଆଇ ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ପହଞ୍ଚତ୍ ଅନୁସନ୍ଧାନ ଜାରି ରଖିଛନ୍ତି। ଶାଖା ପରିଚାଳକ ଶାନ୍ତନୁ ବିଶ୍ୱାଳଙ୍କ ଅଭିଯୋଗକୁ ଭିତ୍ତିକରି ଥାନାରେ ଏକ ମାମଲା (ନଂ. ୩୬୯/୧୯) ରୁଜୁ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ର ଅଧିକାରୀମାନେ ସନ୍ଧାନୀ କୁକୁର ସହ ବ୍ୟାଙ୍କରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ବ୍ୟାଙ୍କ ଛାତ ଉପର ଦେଇ ଦୁର୍ବୃତ୍ତମାନେ ପଛପଟ ଝରକା ଗ୍ରୀଲ୍‌ ଭାଙ୍ଗିବା ସହ ଏକ କବାଟ ଭାଙ୍ଗି ଭିତରକୁ ପଶିଥିଲେ। ଷ୍ଟ୍ରଙ୍ଗ୍‌ରୁମ୍‌ର ଆର୍ମଚେଷ୍ଟ ହ୍ୟାଣ୍ଡେଲ୍‌ ଭାଙ୍ଗିଥିଲେ ହେଁ ସେଥିରୁ ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ଭଙ୍ଗା ହ୍ୟାଣ୍ଡେଲ୍‌କୁ ପୋଲିସ ଜବତ କରିଛି। ସିସିଟିଭି ଫୁଟେଜ୍‌ ଅନୁଧ୍ୟାନ କରାଯାଇଥିଲେ ହେଁ ସେଥିରେ ଦୁର୍ବୃତ୍ତଙ୍କ ଝାପ୍‌ସା ଚେହେରା ଯୋଗୁ ପୋଲିସ ଅଡୁଆରେ ପଡ଼ିଛି। ଅପରପକ୍ଷରେ ହଳଦୀପଦା ଛକ ନିକଟରେ ଥିବା ଏକ ଲାଇସେନ୍ସପ୍ରାପ୍ତ ମଦ ଦୋକାନର ସିସିଟିଭି ଫୁଟେଜ୍‌କୁ ମଧ୍ୟ ଯାଞ୍ଚ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର୍‌ ତନାଘନା ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri