ଶଙ୍କରାଖୋଲ,୨ା୭(ଡି.ଏନ୍.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ ଆଚାର୍ଯ୍ୟଙ୍କ ଏତଲା କ୍ରମେ ଚକାପାଦ ପୋଲିସ ନଂ. ୩୩/୧୯ ମାମଲା ରୁଜୁ କରିଛି। ଘଟଣାସ୍ଥଳ ଫୁଲବାଣୀ ସାଇଣ୍ଟିଫିକ ଟିମ୍ ତଦନ୍ତ କରି ଫେରିଛନ୍ତି। ଦୁର୍ବୃତ୍ତମାନେ ଶନିବାର କିମ୍ବା ରବିବାର ରାତିରେ ବ୍ୟାଙ୍କର ପଛପାଖ ଝରକା କବାଟ ଭାଙ୍ଗି ଭିତରକୁ ପଶିଥିଲେ ା ବ୍ୟାଙ୍କର ସିସିଟିଭି କ୍ୟାମେରା ଭାଙ୍ଗିବା ପରେ ଷ୍ଟ୍ରଙ୍ଗରୁମ ତାଲା ଭାଙ୍ଗି ଟଙ୍କା ଲୁଟି ନେଇଥିଲେ ା ଅନ୍ୟ ଏକ ଲକରକୁ ଭାଙ୍ଗିବାକୁ ଉଦ୍ୟମ କରି ଭାଙ୍ଗି ନ ପାରି ନିରାଶ ହୋଇ ଚାଲିଯାଇଛନ୍ତି ା ବ୍ୟାଙ୍କର ଝାଳୁଦାର ରବି ନାୟକ ସକାଳେ ବ୍ୟାଙ୍କ ଖୋଲିବା ବେଳେ ଷ୍ଟ୍ରଙ୍ଗରୁମ୍ ତାଲା ଭଙ୍ଗାଯାଇଥିବା ଦେଖି ଫିଲ୍ଡ ଅଫିସରକୁ ଜଣାଇଥିଲେ। ସେ ଚକାପାଦ ଥାନାରେ ଅଭିଯୋଗ କରିଥିଲେ।
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...
ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ
କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...
Archives


