ଶଙ୍କରାଖୋଲ,୨ା୭(ଡି.ଏନ୍.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ ଆଚାର୍ଯ୍ୟଙ୍କ ଏତଲା କ୍ରମେ ଚକାପାଦ ପୋଲିସ ନଂ. ୩୩/୧୯ ମାମଲା ରୁଜୁ କରିଛି। ଘଟଣାସ୍ଥଳ ଫୁଲବାଣୀ ସାଇଣ୍ଟିଫିକ ଟିମ୍ ତଦନ୍ତ କରି ଫେରିଛନ୍ତି। ଦୁର୍ବୃତ୍ତମାନେ ଶନିବାର କିମ୍ବା ରବିବାର ରାତିରେ ବ୍ୟାଙ୍କର ପଛପାଖ ଝରକା କବାଟ ଭାଙ୍ଗି ଭିତରକୁ ପଶିଥିଲେ ା ବ୍ୟାଙ୍କର ସିସିଟିଭି କ୍ୟାମେରା ଭାଙ୍ଗିବା ପରେ ଷ୍ଟ୍ରଙ୍ଗରୁମ ତାଲା ଭାଙ୍ଗି ଟଙ୍କା ଲୁଟି ନେଇଥିଲେ ା ଅନ୍ୟ ଏକ ଲକରକୁ ଭାଙ୍ଗିବାକୁ ଉଦ୍ୟମ କରି ଭାଙ୍ଗି ନ ପାରି ନିରାଶ ହୋଇ ଚାଲିଯାଇଛନ୍ତି ା ବ୍ୟାଙ୍କର ଝାଳୁଦାର ରବି ନାୟକ ସକାଳେ ବ୍ୟାଙ୍କ ଖୋଲିବା ବେଳେ ଷ୍ଟ୍ରଙ୍ଗରୁମ୍ ତାଲା ଭଙ୍ଗାଯାଇଥିବା ଦେଖି ଫିଲ୍ଡ ଅଫିସରକୁ ଜଣାଇଥିଲେ। ସେ ଚକାପାଦ ଥାନାରେ ଅଭିଯୋଗ କରିଥିଲେ।
ନ୍ୟାଶନାଲ କିକ୍ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ
ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍ ବକ୍ସିଂ ଚମ୍ପିୟାନଶିପ୍ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…
ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…
ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ
ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…
ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ
ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…
ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…
ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…
ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…
ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ
ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…
Archives

