ବ୍ୟାଙ୍କିଙ୍ଗ ଉଦ୍ୟୋଗ ମହଙ୍ଗା ଭତ୍ତା ୬୮.୧%

ଭୁବନେଶ୍ୱର,୨-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମେ’ ମାସରେ ୩୧୪ ପଏଣ୍ଟ ଥିଲା। ଏହା ଜୁନରେ ୨ ପଏଣ୍ଟ ବଢି ୩୧୬ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୩ ପଏଣ୍ଟ ଥିଲା। ଏଥିରେ ୧ ପଏଣ୍ଟ କମି ୩୩୨ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୧୭ ପଏଣ୍ଟ ଥିବା ବେଳେ ଏଥିରେ ୨ ପଏଣ୍ଟ ବଢି ୩୧୯ ପଏଣ୍ଟ ଛୁଇଁଛି।
ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ, ସେମାନେ ବର୍ତ୍ତମାନ ୬୪.୫% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୬% ବୃଦ୍ଧି ଘଟି ୬୮.୧% ହୋଇଛି। ଅଗଷ୍ଟ ପହିଲାରୁ ଏହା ଲାଗୁ ହେବ। ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନସନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଶି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବୁଧବାର ବିଭିନ୍ନ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ନେଇଛନ୍ତି।
ବୀମା କର୍ମଚାରୀମାନେ ବର୍ତ୍ତମାନ ୫୭.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୬% ବୃଦ୍ଧି ଘଟି ୬୧.୪% ହୋଇଛି। ଏହି ବର୍ଦ୍ଧିତ ଡିଏ ଅଗଷ୍ଟ ପହିଲାରୁ ସେମାନେ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫% ବୃଦ୍ଧି ଘଟି ୧୭% ହୋଇଛି। ଏମାନେ ୨୦୧୯ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡି ମାନେ ମଧ୍ୟ ୧୭% ମହଙ୍ଗା ଭତ୍ତା ପାଇବେ। ଏହା ଜୁଲାଇ ପହିଲାରୁ ଲାଗୁ ହେବ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୬.୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୪୪% ବଢିି ୧୫୦.୧୪% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଅକ୍ଟୋବର ପହିଲାରୁ ପାଇବେ।
ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ସନ ଏବଂ ପେନ୍‌ସନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନସନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନସନକୁ ଅପେକ୍ଷା କରିଛନ୍ତି। ଗୁରୁବାର ଅନୁଷ୍ଠିତ ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri