Posted inଜାତୀୟ

ବ୍ୟାଙ୍କ ଠକେଇ ୭୧,୫୪୩ କୋଟିରେ ପହଞ୍ଚିଲା

ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ ହିସାବରେ ୭୩.୮ ପ୍ରତିଶତ ବୃଦ୍ଧି ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ୬୮୦୧ ଠକେଇ ମାମଲା ଧରାପଡିଛି। ଏଥିରେ ୭୧,୫୪୨.୯୩ କୋଟି ଟଙ୍କାର ଠକେଇ ହୋଇଥିବା ଜଣାପଡିଛି। ୨୦୧୭-୧୮ରେ ଏହି ପରିମାଣ ୪୧,୧୬୭.୦୪ କୋଟି ଟଙ୍କା ଥିଲା। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ସର୍ବାଧିକ ଋଣ ପ୍ରଦାନ କରୁଥିବା ବେଳେ ସେମାନେ ଅଧିକ ପରିମାଣରେ ଠକେଇର ସମ୍ମୁଖୀନ ହୋଇଛନ୍ତି ବୋଲି କେନ୍ଦ୍ରୀୟ ବ୍ୟାଙ୍କର ବାର୍ଷିକ ରିପୋର୍ଟରେ କୁହାଯାଇଛି। ଏଥିରେ କୁହାଯାଇଛି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ୩୭୬୬ ମାମଲାରେ ୬୪,୫୦୯.୪୩ କୋଟି ଟଙ୍କାର ଠକେଇ ଧରାପଡିଛି, ଯାହା କି, ପୂର୍ବ ଆର୍ଥିକ ବର୍ଷରେ ୩୮,୨୬୦.୮୦ କୋଟି ଟଙ୍କା ଥିଲା। ଏହି ସମୟରେ ୨୮୮୫ ମାମଲା ଧରାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri