ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍‌ଡ଼ ଅଫିସର ଲିଙ୍ଗରାଜ ସାହୁ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା (ନଂ. ୧୮୭/୧୯) ରୁଜୁ କରି ପୋଲିସ ଡକାୟତଙ୍କୁ ଧରିବା ପାଇଁ ଜାଲ ବିଛାଇଛି। ଏସ୍‌ପି ବି. ଯୁଗଳ କିଶୋର କୁମାରଙ୍କ ନିର୍ଦ୍ଦେଶକ୍ରମେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଗୁରୁବାର ସନ୍ଧ୍ୟାରେ ଏସ୍‌ପିଙ୍କ ସମେତ ସଦର ଏସ୍‌ଡ଼ିପିଓ ପ୍ରଭାସ ଚନ୍ଦ୍ର ପାଲ, ବସ୍ତା ଏସ୍‌ଡ଼ିପିଓ ରଣଜିତ ପୃଷ୍ଟି, ବସ୍ତା ଆଇଆଇସି ଧନେଶ୍ୱର ସାହୁ, ରୂପ୍‌ସା ଓଆଇସି ସୁଚନ୍ଦ୍ର ମହାଳିକ ପ୍ରମୁଖ ବ୍ୟାଙ୍କରେ ପହଞ୍ଚତ୍ ଅନୁଧ୍ୟାନ କରିଥିଲେ। ଅପରପକ୍ଷରେ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ଗୁରୁବାର ଅପରାହ୍ନ ୧ଟା ୨୦ମିନିଟ୍‌ ସମୟରେ ୨ଟି ପଲସର୍‌ରେ ୬ଜଣ ଦୁର୍ବୃତ୍ତ ଆସି ବ୍ୟାଙ୍କରେ ଲୁଟ୍‌ପାଟ୍‌ କରିଥିଲେ। ବ୍ୟାଙ୍କ କର୍ମଚାରୀ ଓ ଗ୍ରାହକଙ୍କୁ ମାରଣାସ୍ତ୍ର ସହ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ମାତ୍ର ୧୦ମିନିଟ୍‌ ମଧ୍ୟରେ ଷ୍ଟ୍ରଙ୍ଗରୁମ୍‌ ଓ କ୍ୟାଶ୍‌ କାଉଣ୍ଟରରେ ଥିବା ୩୨ଲକ୍ଷ ୪୨ହଜାର ଟଙ୍କା ନେଇ ବ୍ୟାଙ୍କ ବାହାରୁ ତାଲା ପକାଇ ଚମ୍ପଟ ମାରିଥିଲେ। ଫିଲ୍‌ଡ଼ ଅଫିସର ଓ ୨ଜଣ ଗ୍ରାହକଙ୍କଠାରୁ ୩ଟି ମୋବାଇଲ ନେଇ ଯାଇଥିଲେ। ପୋଲିସ ଗାନ୍ଧୀଛକ-ମଥାନୀ ରାସ୍ତାରେ ପଡ଼ିଥିବା ଫିଲ୍‌ଡ଼ ଅଫିସରଙ୍କ ମୋବାଇଲ ଉଦ୍ଧାର କରିଛି। ବ୍ୟାଙ୍କ ପରିସରରୁ ୪ଟି ବୋମା ଓ ଗୋଟିଏ କଟର ମେଶିନ୍‌ ଜବତ କରାଯାଇଥିଲା। ତେବେ ଦୁର୍ବୃତ୍ତମାନେ ପଶ୍ଚିମବଙ୍ଗ ଅଞ୍ଚଳର ହୋଇଥାଇ ପାରନ୍ତି ବୋଲି ପୋଲିସ ଅନୁମାନ କରିବା ପରେ ଶୁକ୍ରବାର ଆଇଆଇସି ସାହୁଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ପଶ୍ଚିମବଙ୍ଗରେ ଛାନଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri