ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ

ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ ବାରିପଦାର ବିଭିନ୍ନ ଏସବିଆଇରେ ବ୍ୟାଙ୍କ ସେବା ବନ୍ଦ ରହି ଥିବାରୁ ଜମାକାରୀ ବହୁ ହଇରାଣ ହରକତ ହୋଇଥିଲେ। ଏଥିନେଇ ବ୍ୟାଙ୍କଗୁଡିକରେ ଗ୍ରାହକ ଓ ବ୍ୟାଙ୍କ କର୍ମଚାରୀମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିବା ଦେଖିବାକୁ ମିଳିଥିଲା। ସରକାରଙ୍କ ବ୍ୟାଙ୍କ ମିଶ୍ରଣ ନୀତିକୁ ବିରୋଧ କରି ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀମାନେ ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆର ମୁଖ୍ୟ ଶାଖା ସମ୍ମୁଖରେ ଏକତ୍ରୀତ ହୋଇ ନାରାବାଜି କରିଥିଲେ। ପରେ ସହର ପରିକ୍ରମା କରି ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ପ୍ରତିବାଦ ସଭା ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ମିଶ୍ରଣ ଫଳରେ ଗ୍ରାହକ ଓ ବ୍ୟାଙ୍କ କର୍ମଚାରୀମାନେ ଅସୁବିଧାର ସମ୍ମୁଖିନ ହେବା ସହିତ ଏହା ଦ୍ୱାରା ଦେଶର ଅର୍ଥନୀତି ଉପରେ କ’ଣ ପ୍ରଭାବ ପଡ଼ିବ ସେ ନେଇ ବ୍ୟାଙ୍କ କର୍ମଚାରୀମାନେ ବ୍ୟାଙ୍କକୁ ଆସୁଥିବା ଜନସାଧାରଣଙ୍କୁ ବୁଝାଇଥିଲେ। ଧର୍ମଘଟରେ ବିଭିନ୍ନ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ପ୍ରତିନିଧି ତଥା ବ୍ୟାଙ୍କ ଅଫ ଇଣ୍ଡିଆର ଗଣେଶ୍ୱର ମହାପାତ୍ର, ମାନସ ରଞ୍ଜନ ଦାସ, ପ୍ରଶାନ୍ତ ମହାନ୍ତି, ପ୍ରକାଶ ଦାସ, ପ୍ରଦୀପ ପାଣିଗ୍ରାହୀ, କୃଷ୍ଣଚନ୍ଦ୍ର ନାଏକ, ୟୁନିୟନ ବ୍ୟାଙ୍କର ମିନା ବାସ୍କେ, ୟୁନାଇଟେଡ ବ୍ୟାଙ୍କର ଶାନ୍ତିଲତା ବେହେରା, ଓବିସି ବ୍ୟାଙ୍କର ଫାଗୁ ମାଝୀ, ୟୁକୋ ବ୍ୟାଙ୍କର ଅନୁପମା କିସ୍କୁ, କାନାରା ବ୍ୟାଙ୍କର ଗଣେଶ୍ୱର ସିଂ, କର୍ପୋରେସନ ବ୍ୟାଙ୍କର ହେମନ୍ତ ମହାଲିକ, ଆହ୍ଲାବାଦ ବ୍ୟାଙ୍କର ସୁଜିତ କୁମାର ସିଂଙ୍କ ସମେତ ଅନ୍ୟ ପ୍ରତିନିଧିମାନେ ସାମିଲ ହୋଇଥିଲେ। ଅନ୍ୟପକ୍ଷେ ଏହି ଧର୍ମଘଟରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ସାମିଲ ନ ଥିବା ବେଳେ ବାରିପଦା ସହର ଭଞ୍ଜପୁର ବ୍ରାଞ୍ଚରେ ବ୍ୟାଙ୍କ ସେବା ବନ୍ଦ ରହିଥିଲା। ସେଠାରେ ଗ୍ରାହକ ଓ ବ୍ୟାଙ୍କ କର୍ମଚାରୀମାନଙ୍କ ମଧ୍ୟରେ କଥା କଟାକଟି ହେବା ଭଳି ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା। ଏ ନେଇ ଏହି ବ୍ୟାଙ୍କର ମ୍ୟାନେଜର ଦୁର୍ଗାପ୍ରସାଦ ସେଠୀଙ୍କୁ ପଚାରିବାରୁ ଯେଉଁ ବ୍ୟାଙ୍କ କର୍ମଚାରୀମାନେ ଧର୍ମଘଟ ପାଳନ କରୁଥିଲେ ସେମାନେ ଏଠାକୁ ଆସି ବ୍ୟାଙ୍କ ସେବା ବନ୍ଦ କରିବାକୁ କହିଥିଲେ। ପରିସ୍ଥିତିକୁ ନଜରରେ ରଖି ସେବା ବନ୍ଦ କରିବାକୁ ବାଧ୍ୟ ହୋଇଥିଲୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri