ବ୍ୟାଙ୍କ ପ୍ରତିନିଧି ସାଜିବେ ମିଶନ ଶକ୍ତି ସଦସ୍ୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମହିଳାଙ୍କ ଅର୍ଥନୈତିକ ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ଆବଶ୍ୟକସ୍ଥଳେ ମିଶନ ଶକ୍ତି ସଦସ୍ୟଙ୍କ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଅ। ଏହାକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତରେ ମିଶନ ଶକ୍ତି ସଦସ୍ୟଙ୍କୁ ବ୍ୟାଙ୍କ ପ୍ରତିନିଧି ଭାବେ ନିଯୁକ୍ତି ଦିଆଯିବା ପାଇଁ ନିଷ୍ପତ୍ତି ହୋଇଛି। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ମିଶନ ଶକ୍ତି ଗୋଷ୍ଠୀ ସଦସ୍ୟଙ୍କୁ ସରକାରୀ ବିଭାଗ କାମ ଯୋଗାଇ ଦେବା ସମ୍ପର୍କରେ ଆୟୋଜିତ ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ଆଲୋଚନାରେ ଭାଗନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ରାଜ୍ୟ ସରକାରଙ୍କ ସବୁ ବିଭାଗ ମିଶନ ଶକ୍ତି ଗୋଷ୍ଠୀର ମା’ ମାନଙ୍କୁ କାମ ଯୋଗାଇ ଦେବାପାଇଁ ୩ ବର୍ଷ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। ମିଶନ ଶକ୍ତି ବିଭାଗ ସଚିବ ସୁଜାତା କାର୍ତ୍ତିକେୟ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନା ରଖିଥିଲେ। ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ୧୩ଟି ବିଭାଗ ୧ଲକ୍ଷ ୪ ହଜାର ୭୧୨ ମିଶନ ଶକ୍ତି ଗୋଷ୍ଠୀକୁ ୧୨୦୦ କୋଟି ଟଙ୍କାର ବିଜିନେସ୍‌ ଯୋଗାଇ ଦେଇଛନ୍ତି। ଗୋଷ୍ଠୀ ସଦସ୍ୟମାନେ ୨୯୬ କୋଟି ଟଙ୍କାର ରୋଜଗାର ପାଇଛନ୍ତି। ରାଜ୍ୟର ୬,୭୯୮ ପଞ୍ଚାୟତରୁ ମାତ୍ର ୨,୧୪୯ ଗ୍ରାମରେ ବ୍ୟାଙ୍କ ଶାଖା ରହିଛି। ୪,୬୪୯ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ। ଏସବୁ ପଞ୍ଚାୟତରେ ମିଶନ ଶକ୍ତି ସଦସ୍ୟଙ୍କୁ ବ୍ୟାଙ୍କ ପ୍ରତିନିଧି ଭାବେ ନିଯୁକ୍ତି ଦେବା ପାଇଁ ପ୍ରକ୍ରିୟ ଜାରିରହିଛି। ଅଦ୍ୟାବଧି ୧,୨୬୨ ନିଯୁକ୍ତି ଦିଆସରିଛି। ୩,୫୦୮ ଗୋଷ୍ଠୀର ମା’ମାନଙ୍କର ଚୟନ ପ୍ରକ୍ରିୟା ଚାଲିଛି। ନିଯୁକ୍ତି ପାଇଥିବା ସଦସ୍ୟଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମାସିକ ୨୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯାଉଛି ବୋଲି ମିଶନ ଶକ୍ତି ସଚିବ ସୂଚନା ଦେଇଛନ୍ତି। ଯେଉଁ ବିଭାଗ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ କରିନାହାନ୍ତି, ସେମାନଙ୍କ ପାଇଁ ଖୁବ୍‌ ଶୀଘ୍ର ଆଉ ଏକ ସମୀକ୍ଷା ବୈଠକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଉନ୍ନୟନ କମିଶନର ପି.କେ. ଜେନାଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri