ବ୍ୟାଙ୍କ ପ୍ରତିନିଧି ସାଜିବେ ମିଶନ ଶକ୍ତି ସଦସ୍ୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମହିଳାଙ୍କ ଅର୍ଥନୈତିକ ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ଆବଶ୍ୟକସ୍ଥଳେ ମିଶନ ଶକ୍ତି ସଦସ୍ୟଙ୍କ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଅ। ଏହାକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତରେ ମିଶନ ଶକ୍ତି ସଦସ୍ୟଙ୍କୁ ବ୍ୟାଙ୍କ ପ୍ରତିନିଧି ଭାବେ ନିଯୁକ୍ତି ଦିଆଯିବା ପାଇଁ ନିଷ୍ପତ୍ତି ହୋଇଛି। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ମିଶନ ଶକ୍ତି ଗୋଷ୍ଠୀ ସଦସ୍ୟଙ୍କୁ ସରକାରୀ ବିଭାଗ କାମ ଯୋଗାଇ ଦେବା ସମ୍ପର୍କରେ ଆୟୋଜିତ ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ଆଲୋଚନାରେ ଭାଗନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ରାଜ୍ୟ ସରକାରଙ୍କ ସବୁ ବିଭାଗ ମିଶନ ଶକ୍ତି ଗୋଷ୍ଠୀର ମା’ ମାନଙ୍କୁ କାମ ଯୋଗାଇ ଦେବାପାଇଁ ୩ ବର୍ଷ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। ମିଶନ ଶକ୍ତି ବିଭାଗ ସଚିବ ସୁଜାତା କାର୍ତ୍ତିକେୟ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନା ରଖିଥିଲେ। ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ୧୩ଟି ବିଭାଗ ୧ଲକ୍ଷ ୪ ହଜାର ୭୧୨ ମିଶନ ଶକ୍ତି ଗୋଷ୍ଠୀକୁ ୧୨୦୦ କୋଟି ଟଙ୍କାର ବିଜିନେସ୍‌ ଯୋଗାଇ ଦେଇଛନ୍ତି। ଗୋଷ୍ଠୀ ସଦସ୍ୟମାନେ ୨୯୬ କୋଟି ଟଙ୍କାର ରୋଜଗାର ପାଇଛନ୍ତି। ରାଜ୍ୟର ୬,୭୯୮ ପଞ୍ଚାୟତରୁ ମାତ୍ର ୨,୧୪୯ ଗ୍ରାମରେ ବ୍ୟାଙ୍କ ଶାଖା ରହିଛି। ୪,୬୪୯ ପଞ୍ଚାୟତରେ ବ୍ୟାଙ୍କ ଶାଖା ନାହିଁ। ଏସବୁ ପଞ୍ଚାୟତରେ ମିଶନ ଶକ୍ତି ସଦସ୍ୟଙ୍କୁ ବ୍ୟାଙ୍କ ପ୍ରତିନିଧି ଭାବେ ନିଯୁକ୍ତି ଦେବା ପାଇଁ ପ୍ରକ୍ରିୟ ଜାରିରହିଛି। ଅଦ୍ୟାବଧି ୧,୨୬୨ ନିଯୁକ୍ତି ଦିଆସରିଛି। ୩,୫୦୮ ଗୋଷ୍ଠୀର ମା’ମାନଙ୍କର ଚୟନ ପ୍ରକ୍ରିୟା ଚାଲିଛି। ନିଯୁକ୍ତି ପାଇଥିବା ସଦସ୍ୟଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମାସିକ ୨୦୦୦ ଟଙ୍କା ଲେଖାଏ ଯୋଗାଇ ଦିଆଯାଉଛି ବୋଲି ମିଶନ ଶକ୍ତି ସଚିବ ସୂଚନା ଦେଇଛନ୍ତି। ଯେଉଁ ବିଭାଗ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ କରିନାହାନ୍ତି, ସେମାନଙ୍କ ପାଇଁ ଖୁବ୍‌ ଶୀଘ୍ର ଆଉ ଏକ ସମୀକ୍ଷା ବୈଠକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଉନ୍ନୟନ କମିଶନର ପି.କେ. ଜେନାଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri