ବ୍ୟାଙ୍କ ଭିତରେ ସାମାଜିକ ଦୂରତା ପାଳନ, ବାହାରେ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୧୯ା୪- କରୋନା ଲକ୍‌ଡାଉନ୍‌ ସମୟରେ ବ୍ୟାଙ୍କ କାର୍ଯ୍ୟକୁ ନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ସାମାଜିକ ଦୂରତ୍ୱ ନିୟମକୁ କଡାକଡି ପାଳନ କରାଯାଉଥିବାରୁ ଅଧିକ ଉପଭୋକ୍ତଙ୍କୁ ବ୍ୟାଙ୍କ ଭିତରକୁ ପ୍ରବେଶ କରାଇ ଦିଆଯାଉନାହିଁ ା ଫଳରେ ଲୋକେ ବ୍ୟାଙ୍କ ସମ୍ମୁଖରେ ରୁଣ୍ଡ ହୋଇ କିମ୍ବା ଧାଡି ଲମ୍ବାଇ ଦୀର୍ଘ ସମୟ ଧରି ଠିଆ ହେଉଛନ୍ତି ା ଏହି ସମୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ହେଉଥିବା ଦେଖାଯାଉଛି ା ଖାଲି ଏତିକି ନୁହେଁ ଏହାଦ୍ୱାରା ଅଂଶୁଘାତ ସମସ୍ୟା ଆଶଙ୍କା ବୃଦ୍ଧି ପାଇଲାଣି ା ବ୍ୟାଙ୍କ ଭିତରେ ସାମାଜିକ ଦୂରତ୍ୱ ପାଳନ ନଁାରେ ଲୋକଙ୍କୁ ପ୍ରବେଶ କରାଇ ଦିଆଯାଉ ନ ଥିବାବେଳେ ବ୍ୟାଙ୍କ ସମ୍ମୁଖରେ ନିୟମ ଉଲ୍ଲଂଘନ କରାଯାଉଥିବାରୁ ଏହାର ଫଳ କ’ଣ ହେବ ବୋଲି ପ୍ରଶ୍ନ ହେଉଛି ା ବଲାଙ୍ଗୀର ରାଧାରାଣୀପଡାରେ ଥିବା ୟୁନିଅନ୍‌ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ଏବଂ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଶାଖା କାର୍ଯ୍ୟାଳୟରେ ଅହେତୁକ ଭିଡ ପରିଲକ୍ଷିତ ହେଉଛି ା ଲୋକେ ଧାଡି ଲମ୍ବାଇ ଦୀର୍ଘ ସମୟ ଧରି ବ୍ୟାଙ୍କ ସମ୍ମୁଖରେ ଠିଆ ହେଉଛନ୍ତି। ତେବେ ଏହି ଲମ୍ବା ଧାଡିରେ ଠିଆ ହେବା ବେଳେ ସାମାଜିକ ଦୂରତ୍ୱ ପାଳନ ହେଉନାହିଁ ା ବ୍ୟାଙ୍କ ସମ୍ମୁଖରେ ଗ୍ରାହକଙ୍କ ପାଇଁ କୌଣସି ସୁବ୍ୟବସ୍ଥା କରାଯାଇ ନ ଥିବାରୁ ସେମାନେ କଷ୍ଟ ଭୋଗୁଛନ୍ତି ା ବଲାଙ୍ଗୀରରେ ଏବେ ପୂର୍ବାହ୍ନ ୧୦ଟାରୁ ଟାଣ ଖରା ହେଉଛି ା ଏଭଳି ଖରାରେ ଲୋକେ ଦୀର୍ଘ ସମୟ ଧରି ଠିଆ ହେଉଛନ୍ତି ା ଏହା ସହିତ ସେଠାରେ ପିଇବା ପାଣି ବ୍ୟବସ୍ଥା କରାଯାଉ ନ ଥିବାରୁ ଏହି ଆଶଙ୍କା ଦ୍ୱିଗୁଣିତ ହେଉଛି ା କାନାରା ବ୍ୟାଙ୍କରେ ମଧ୍ୟ ସମାନ ସ୍ଥିତି ରହିଛି ା ଉକ୍ତ ବ୍ୟାଙ୍କ ସମ୍ମୁଖରେ ଏକ ଚାନ୍ଦୁଆ ଟଣା ଯାଇଥିଲେ ମଧ୍ୟ ସେଠାରେ ପ୍ରବଳ ଭିଡ ପରିଲକ୍ଷିତ ହେଉଥିତ୍ବାରୁ ସାମାଜିକ ଦୂରତ୍ୱ ଉଲ୍ଲଂଘନ ହେଉଥିବା ଦେଖାଯାଉଛି ା ବ୍ୟାଙ୍କ ସମ୍ମୁଖରେ ସାମାଜିକ ଦୂରତ୍ୱ କଡାକଡି କରିବା ଏବଂ ଅଂଶୁଘାତ ଆଶଙ୍କାର ପ୍ରତିକାର ଦିଗରେ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri