ବ୍ୟାଙ୍କ ମିଶ୍ରଣକୁ ବିରୋଧ;୨୬ରୁ ଦୁଇଦିନିଆ ବ୍ୟାଙ୍କ ୟୁନିୟନ ଧର୍ମଘଟ

ନୂଆଦିଲ୍ଲୀ,୧୩-୯: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଧିକାରୀଙ୍କ ୟୁନିୟନ ପକ୍ଷରୁ ଚଳିତ ମାସ ୨୬ରୁ ଦୁଇଦିିନିଆ ବ୍ୟାଙ୍କ ଧର୍ମଘଟ ଆହ୍ବାନ ଦିଆଯାଇଛି। ସରକାର ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରିବାକୁ ନିକଟରେ ଘୋଷଣା କରିଥିଲେ। ଇଣ୍ଡିଆନ ବ୍ୟାଙ୍କ୍‌ସ ଆସୋସିଏଶନ(ଆଇବିଏ) ପକ୍ଷରୁ ସରକାରଙ୍କ ନିକଟକୁ ପଠାଯାଇଥିବା ନୋଟିସରେ ପ୍ରସ୍ତାବିତ ଧର୍ମଘଟ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ସରକାର ବ୍ୟାଙ୍କ ମିଶ୍ରଣରୁ ନ ଓହରିଲେ ନଭେମ୍ବର ଦ୍ୱିତୀୟ ସପ୍ତାହରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟରେ ସାମିଲ ହେବେ ବୋଲି ଚେତାବନୀ ଦିଆଯାଇଛି। ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍‌ଫେଡେରେଶନ(ଏଆଇବିଓସି), ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ(ଏଆଇବିଓଏ), ଇଣ୍ଡିଆନ ନ୍ୟାଶନାଲ ବ୍ୟାଙ୍କ ଅଫିସର୍ସ କଂଗ୍ରେସ(ଆଇଏନ୍‌ବିଓସି) ଓ ନ୍ୟାଶନାଲ ଅର୍ଗାନାଇଜେଶନ ଅଫ୍‌ ବ୍ୟାଙ୍କ ଅଫିସର୍ସ(ଏନ୍‌ଓବିଓ) ପକ୍ଷରୁ ଯୁଗ୍ମ ଭାବେ ଏହି ନୋଟିସ ଦିଆଯାଇଛି। ଉକ୍ତ ଦାବି ସହ ସେମାନେ ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ ଭାବେ ଘୋଷଣା କରିବା,ନଗଦ ନେଣଦେଣର ଘଣ୍ଟା ଏବଂ ବିନିୟମିତ କାର୍ଯ୍ୟ ଘଣ୍ଟାକୁ କମାଇବା ଲାଗି ମଧ୍ୟ ଦାବି କରାଯାଇଛି। ଏଆଇବିଓସି(ଚଣ୍ଡିଗଡ) ସାଧାରଣ ସମ୍ପାଦକ ଦୀପକ କୁମାର ଶର୍ମା କହିଛନ୍ତି ଯେ, ୨୫ ତାରିଖ ମଧ୍ୟରାତ୍ରରୁ ସେପ୍ଟେମ୍ବର ୨୭ ପର୍ଯ୍ୟନ୍ତ ଏହି ଧର୍ମଘଟ ଜାରି ରହିବ। ସୂଚନାଥାଉ କି, ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି କର୍ମଚାରୀମାନେ ଗତ ମାସ ୩୧ରେ ହାତରେ କଳାପଟି ବାନ୍ଧି କାମ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୟୁନିୟନ ଗୁଡ଼ିକ ପକ୍ଷରୁ କୁହାଯାଇଛି ଯେ, ସରକାର ଭୁଲ୍‌ ସମୟରେ ବ୍ୟାଙ୍କ ମିଶ୍ରଣ ନିଷ୍ପତ୍ତି ନେଇଛନ୍ତି। ଏହାର ସମୀକ୍ଷା ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri